ରାଜ୍ୟ ସରକାରଙ୍କ ଆବେଦନ ଖାରଜ: ୨୮ରେ ରିଲିଜ୍‌ ହେବ ‘ମହାପ୍ରଭୁ ଜଗନ୍ନାଥ’,ଆନିମେଟେଡ୍ ସିନେମା

କଟକ : ଆନିମେଟେଡ୍ ସିନେମା ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ଲାଗି ରହିଥିବା ବିବାଦର ଅନ୍ତ ଘଟିଛି । ଏହି ଚଳଚ୍ଚିତ୍ର ପ୍ରଦର୍ଶନକୁ ବିରୋଧ କରି ରାଜ୍ୟ ସରକାରଙ୍କ ପକ୍ଷରୁ ରୁଜୁ ମାମଲାକୁ ସୁପ୍ରିମ୍ କୋର୍ଟ ଆଜି ପୁନର୍ବାର ଖାରଜ କରି ଦେଇଛନ୍ତି । ଯାହାଫଳରେ ଏହି ସିନେମା ଆସନ୍ତା ୨୮ ତାରିଖରେ ରିଲିଜ୍ ହେବ ବୋଲି ସ୍ପଷ୍ଟ ହୋଇଯାଇଛି । ସୁପ୍ରିମ୍ କୋର୍ଟର ବିଚାରପତି ଜଷ୍ଟିସ୍ ବିଭି ନାଗରତ୍ନା ଏବଂ ଜଷ୍ଟିସ୍ ଆର. ମହାଦେବନଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଆଦେଶ ଦେଇଛନ୍ତି । ଏହି ଚଳଚ୍ଚିତ୍ରର ପ୍ରଦର୍ଶନ ଉପରେ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଏହି ମାମଲାର ଶୁଣାଣି ଅବସରରେ ହାଇକୋର୍ଟ ଚଳଚ୍ଚିତ୍ରର ପ୍ରଦର୍ଶନ ଉପରେ ରହିତାଦେଶ ଲଗାଇଥିଲେ ।

ଏହାକୁ ଚାଲେଞ୍ଜ କରି ଚଳଚ୍ଚିତ୍ର ନିର୍ମାଣକାରୀ ସଂସ୍ଥା ସୁପ୍ରିମ୍ କୋର୍ଟ ଯାଇଥିଲେ । ସେତେବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲେ ମଧ୍ୟ ସୁପ୍ରିମ୍ କୋର୍ଟ ତାହାକୁ ଅଗ୍ରାହ୍ୟ କରିବା ସହ ଚଳଚ୍ଚିତ୍ର ପ୍ରଦର୍ଶନ ପାଇଁ ଅନୁମତି ପ୍ରଦାନ କରିଥିଲେ । ଏହି ଆଦେଶର ପୁନର୍ବିଚାର ପାଇଁ ରାଜ୍ୟ ସରକାର ପୁଣିଥରେ ସୁପ୍ରିମ୍ କୋର୍ଟ ଯାଇଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ, ମହାପ୍ରଭୁ ଜଗନ୍ନାଥଙ୍କୁ ଏହି ଚଳଚ୍ଚିତ୍ରରେ କାର୍ଟୁନ ଭାବେ ପ୍ରଦର୍ଶନ କରାଯାଇଛି । ଏହାଦ୍ୱ।ରା ଜଗନ୍ନ।ଥପ୍ରେମୀଙ୍କ ଭାବାବେଗକୁ ଗଭୀର ଆଘାତ ଲାଗିଛି ।

ସୁପ୍ରିମ୍ କୋର୍ଟ ଆଜି ଏହି ମାମଲାର ଶୁଣାଣି ପରିପ୍ରେକ୍ଷୀରେ କହିଛନ୍ତି ଯେ, ପିଲାମାନଙ୍କୁ ଦୃଷ୍ଟିରେ ରଖି ଏଭଳି ଚଳଚ୍ଚିତ୍ର ନିର୍ମାଣ କରାଯାଉଛି । ବର୍ତ୍ତମାନ ସମୟରେ ଆଉ କେହି ବହି ପଢ଼ିବା ଲାଗି ଗୁରୁତ୍ୱ ଦେଉନାହାନ୍ତି । ତେଣୁ ଏହା କଳାର ଅନ୍ୟ ଏକ ରାସ୍ତା ହୋଇଥିଲାବେଳେ ଏଥିରେ କିଛି ପ୍ରତିବନ୍ଧକ ଆସିବା ଉଚିତ ନୁହେଁ । ତେବେ ଚଳଚ୍ଚିତ୍ର ନିର୍ମାଣ ସଂସ୍ଥା ନିଜ ବିବେକକୁ ପଚାରି ଯଦି କିଛି ବିବାଦୀୟ ଲାଗୁଥାଏ ସେସବୁ ତୁରନ୍ତ ହଟାଇବା ପାଇଁ ପଦକ୍ଷେପ ନେବାକୁ ସୁପ୍ରିମ୍ କୋର୍ଟ ସଂସ୍ଥାର ଆଇନଜୀବୀଙ୍କୁ ପରାମର୍ଶ ଦେଇଛନ୍ତି ।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ