ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଶପଥ ପାଠ

ଭୁବନେଶ୍ୱର,୩୧/୧୦/୨୦୨୫: ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ ଆଜି ଶପଥ ପାଠ କରାଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ । ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଦୂରଦୃଷ୍ଟି ଓ କାର୍ଯ୍ୟ ଦେଶର ଏକତା ଅକ୍ଷୁଣ୍ଣ ରଖିବାରେ ସହାୟକ ହୋଇଥିଲା । ତାଙ୍କ ସମର୍ପିତ ଜୀବନ ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ପ୍ରତ୍ୟେକ ନାଗରିକ ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜ ନିଜ କ୍ଷେତ୍ରରେ ଉଦ୍ୟମ ଜାରି ରଖିବାର ଆବଶ୍ୟକତା ରହିଛି ବୋଲି ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଶପଥ ପାଠ କରିଥିଲେ । ଶପଥ ପାଠ ଉତ୍ସବରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁର୍‌ବୀର ସିଂ, ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଯୁଗ୍ମ ଶାସନ ସଚିବ ସେକ୍‌ କଲାମ ଉଦ୍ଦିନ୍‌, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶନୀ, ଶ୍ରୀ ଅଶ୍ୱିନୀ କୁମାର ଭୋଇଙ୍କ ସମେତ ସମସ୍ତ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଶପଥ ପାଠରେ ଅଂଶଗ୍ରହଣ କରିଥିଲେ ।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ