ରାୟପୁର ଦିନିକିଆ ଜିତିଲା ଦକ୍ଷିଣ ଆଫ୍ରିକା

ରାୟପୁର- ରାୟପୁରରେ ଅନୁଷ୍ଠିତ ଦ୍ଵିତୀୟ ଦିନିକିଆ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିଜୟୀ ହୋଇଛି । ୩୫୯ର ଭାରତୀୟ ସ୍କୋରର ପିଛା କରି ଦକ୍ଷିଣ ଆଫ୍ରିକା ଦଳ ୬ ଓ୍ୱିକେଟ ହରାଇ ୪୯.୨ ଓଭର୍‌ରେ ୩୬୨ ରନ୍‌ କରି ବିଜୟଲାଭ କରିଛି । ଏବେ ଏହି ଶୃଙ୍ଖଳାରେ ଉଭୟ ଦଳ ଗୋଟିଏ ଲେଖାଏଁ ମ୍ୟାଚ ଜିତି ସମାନସ୍ଥିତିରେ ରହିଛନ୍ତି । ଦକ୍ଷିଣଆଫ୍ରିକାର ପ୍ରାରମ୍ଭିକ ବ୍ୟାଟର ଐଡେନ୍‌ ମାର୍କମଙ୍କ ସର୍ବାଧିକ ୧୧୦ ରନ୍‌ କରିଛନ୍ତି । ଏହାସହ ଟେମ୍ବା ୪୬ ରନ୍‌ , ମାଥ୍ୟୁ ୬୮ ରନ୍‌ ଓ ଡେଓ୍ୱାଲ୍ଡ ୫୪ ରନ୍‌ ସଂଗ୍ରହ କରିଥିଲେ ।

ଟସ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତୀୟ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୫ଟି ଓ୍ବିକେଟ ବିନିମୟରେ ୩୫୯ ରନ ସଂଗ୍ରହ କରିଥିଲା। ଚଳିତ ମ୍ୟାଚରେ ବିରାଟ ଖେଳିଥିଲେ ବିରାଟ ଇନିଂସ । କ୍ରମାଗତ ଭାବରେ ରାଞ୍ଚି ପରେ ରାୟପୁର ଠାରେ ହେଉଥିବା ଦ୍ଵିତୀୟ ଦିନିକିଆ ମ୍ୟାଚରେ ଶତକ ମାରିଥିଲେ ବିରାଟ ।ମ ଶତକ ମାରି ନୂଆ ରେକର୍ଡ ସୃଷ୍ଟି କରିଛନ୍ତି । ବିରାଟ କୋହଲିଙ୍କ ୧୦୨ ରନର ଶତକୀୟ ଇନିଂସ, ଅଧିନାୟକ କେ.ଏଲ. ରାହୁଲଙ୍କ ୬୬ ଏବଂ ରତୁରାଜ ଗାଏକ୍ଵାଡ ୧୦୫ ରନ ବଳରେ ଭାରତ ୩୫୯ ରନ୍‌ କରିଥିଲା ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ