ରିଙ୍ଗ ରୋଡ୍: ରାଜ୍ୟର ଅର୍ଥନୈତିକ ବିକାଶ ପାଇଁ ନୂଆ ଦିଗ ଖୋଲିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୮,୩୦୭.୭୪ କୋଟି ବ୍ୟୟରେ ଓଡ଼ିଶାରେ ୧୧୦.୮୭୫ କିଲୋମିଟର ଦୈର୍ଘ୍ୟର ୬-ଲେନ୍ ବିଶିଷ୍ଟ କ୍ୟାପିଟଲ୍ ରିଜିଅନ୍ ରିଙ୍ଗ ରୋଡ୍ (ଭୁବନେଶ୍ୱର ବାଇପାସ୍) ନିର୍ମାଣ ପାଇଁ ଅନୁମୋଦନ ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଡ଼କ, ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ୍ ଗଡ଼କରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି। ଏହି ରିଙ୍ଗ ରୋଡ଼ ରାଜଧାନୀ ଓ ଆଖପାଖର ପ୍ରମୁଖ ସହରୀୟ କେନ୍ଦ୍ରଗୁଡ଼ିକର ଗମନଗମନକୁ ସହଜ କରିବ, ପଣ୍ୟ ପରିବହନ ଦକ୍ଷତା ବୃଦ୍ଧି ପାଇବା ସହିତ ରାଜ୍ୟର ଅର୍ଥନୈତିକ ବିକାଶ ପାଇଁ ନୂଆ ଦିଗ ଖୋଲିବ ବୋଲି ଶ୍ରୀ ମାଝୀ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ୬ ଲେନ୍ ବିଶିଷ୍ଟ କଣ୍ଟ୍ରୋଲଡ୍ ଗ୍ରିନଫିଲ୍ଡ କ୍ୟାପିଟାଲ ରିଜିଅନ ରିଙ୍ଗ୍ ରୋଡ୍ ପ୍ରକଳ୍ପ ନିର୍ମାଣକୁ ମଞ୍ଜୁର ମିଳିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ବିଗତ ଦିନମାନଙ୍କରେ ଯେଉଁମାନଙ୍କ ହାତରେ ଦାୟିତ୍ୱ ଥିଲା, ଓଡ଼ିଆ ଲୋକଙ୍କ ସ୍ୱାର୍ଥ ସୁରକ୍ଷା ହେଉ ବୋଲି ସେମାନେ ଚାହୁଁନଥିଲେ। ଡବଲ ଇଞ୍ଜିନ ସରକାରରେ ଓଡ଼ିଆ ଲୋକଙ୍କ ସ୍ୱାର୍ଥ ସୁରକ୍ଷିତ ହୋଇଛି। ବିକାଶର ଗତି ଦୁଇ ଗୁଣା ହେଉଛି ବୋଲି ସେ କହିଛନ୍ତି।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ