ରିଫ୍ରେଶର୍ କୋର୍ସ ଇନ୍ ଫାର୍ଷ୍ଟ ଏଇଡ୍ “ସମ୍ବନ୍ଧରେ ସୁରକ୍ଷା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”

ଭୁବନେଶ୍ବର, ୩୧/୧୦/୨୦୨୫: ରାଜ୍ୟରେ କାରଖାନା ମାନଙ୍କରେ ଉଭୟ ସୁରକ୍ଷିତ କାର୍ଯ୍ଯସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ମଞ୍ଜୁରୀ କ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ଭିନ୍ନ ଭିନ୍ନ ସୁରକ୍ଷା ସମ୍ପର୍କିତ ପ୍ରସଙ୍ଗ ଉପରେ ତାଲିମ କାର୍ଯ୍ୟକ୍ରମ ମାନ ଅନୁଷ୍ଠିତ ହୋଇଆସୁଅଛି। ଏହି କ୍ରମରେ ରାଜ୍ୟରେ କାରଖାନା ମାନଙ୍କରେ ସୁରକ୍ଷିତ ଚଳନ, ରକ୍ଷଣାବେକ୍ଷଣ ଏବଂ ମରାମତିକୁ ଦୃଷ୍ଟିରେ ରଖାଯାଇ ଗତ ତା . ୩୧.୧୦. ୨୦୨୫ ରିଖ ଦିନ ରାଜ୍ୟ ଶ୍ରମ ପ୍ରତିଷ୍ଠାନ ଆନୁକୂଲ୍ୟରେ ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ “ରିଫ୍ରେଶର୍ କୋର୍ସ ଇନ୍ ଫାର୍ଷ୍ଟ ଏଇଡ୍” ସମ୍ବନ୍ଧରେ ସୁରକ୍ଷା ଏବଂ ଗୁଣବତ୍ତା” ଶୀର୍ଷକ ବିଷୟ ଉପରେ ଏକ ରାଜ୍ଯସ୍ତରୀୟ ତାଲିମ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ପୂର୍ବାହ୍ନରେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟର ଉପନିର୍ଦ୍ଦେଶକ (ସୁରକ୍ଷା), ଡଃ ମଳୟ କୁମାର ପ୍ରଧାନ ଉଦବୋଧନ ଦେଇଥିଲେ। କାରଖାନା ମାନଙ୍କରେ ସ୍ୱାସ୍ଥ୍ୟକୁ ଅଗ୍ରାଧିକାର ଦିଆଯିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ କାରଖାନା ମାଲିକ, ସୁରକ୍ଷା ଅଧିକାରୀ ଓ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କର ଏଥିନିମନ୍ତେ ଗୁରୁ ଦାୟିତ୍ୱ ରହିଛି ବୋଲି ପ୍ରକାଶ କରିଥିଲେ। ଡ଼ା. ପ୍ରଧାନ କହିଥିଲେ, “ସୁରକ୍ଷା ବିଫଳ ହେଲେ, ପ୍ରାଥମିକ ଚିକିତ୍ସା ଆରମ୍ଭହୁଏ। ପ୍ରାଥମିକ ଚିକିତ୍ସା ହେଉଛି ଜୀବନ ଓ ମୃତ୍ୟୁ ମଧ୍ୟରେ ସେତୁ। ସମୟୋଚିତ ପ୍ରାଥମିକ ଚିକିତ୍ସା ଦୁର୍ଘଟଣାରୁ ସୃଷ୍ଟ ହେଉଥିବା ମୃତ୍ୟୁ ଆଶଙ୍କାକୁ ୯୦%ରୁ ଅଧିକ ପ୍ରଶମିତ କରିଥାଏ । ଏହା ସହିତ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟର ସହନିର୍ଦ୍ଦେଶକ(ସୁରକ୍ଷା) ଶ୍ରୀଯୂକ୍ତ ଅନିଲ କୁମାର ନନ୍ଦ ଏବଂ ସହନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀଯୂକ୍ତ ପଙ୍କଜ କୁମାର ବିଶ୍ୱାଳ ମଧ୍ୟ କର୍ମଶାଳାରେ ଯୋଗ ଦେଇ ଉଦବୋଧନ ଦେବା ସହିତ ତାଲିମ କର୍ମଶାଳାକୁ ସଞ୍ଚାଳନ କରିବାରେ ପ୍ରମୂଖ ଭୂମିକା ନିର୍ବାହ କରିଥିଲେ। ପ୍ରତିଷ୍ଠାନ ପକ୍ଷରୁ ତାଲିମ ପ୍ରାପ୍ତ କରିଥିବା ୫୨ ଜଣ ଭିନ୍ନ ଭିନ୍ନ ବର୍ଗର କାରଖାନା ଅଧିକାରୀଙ୍କୁ ଉଦଯାପନୀ ସନ୍ଧ୍ୟାରେ ପ୍ରମାଣପତ୍ର ବିତରଣ କରାଯାଇଥିଲା।

  • Related Posts

    ଭିଜିଲାନ୍ସ ହାତରେ ଧରା ପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନଶ୍ୱେର : ଜମି ପଟ୍ଟା କରିବା ପାଇଁ କ୍ଷେତ୍ର ପରିଦର୍ଶନ ରିପୋର୍ଟ ଦେବାକୁ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ବାଲେଶ୍ୱର ଖଇରା ତହସିଲର ତୁଡ଼ିଗାଡ଼ିଆ ରାଜସ୍ୱ ନିରୀକ୍ଷକ (ଆରଆଇ) ଶରତ କୁମାର ସେଠୀ।…

    Continue reading
    ଡିଜିପି ଚୟନ ବିବାଦ; ଆଜି ସୁପ୍ରିମକୋର୍ଟରେ ହେବନି ଶୁଣାଣି

    ଓଡ଼ିଶା ଡିଜିପି ଚୟନ ବିବାଦ ନେଇ ସୁପ୍ରିକୋର୍ଟରେ ଶୁଣାଣି ପ୍ରସଙ୍ଗ। ଆଜି ହେବନାହିଁ ସୁପ୍ରିମକୋର୍ଟରେ ଶୁଣାଣି। ଆଜି ସୁପ୍ରିମକୋର୍ଟରେ ଶୁଣାଣି ଲାଗି ମାମଲା ତାଲିକାଭୁକ୍ତ କରାଯାଇନାହିଁ । ଡିଜିପି ଚୟନ ବିବାଦ ନେଇ ସୁପ୍ରିମକୋର୍ଟରେ ହୋଇଛି ଜନସ୍ବାର୍ଥ ମାମଲା। ପୋଲିସ୍ ଡିଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ