‘ରୁଚି’ ପ୍ରତିଷ୍ଠାତା ଶରତ ସାହୁଙ୍କ ପରଲୋକ

କଟକ: ଶିଳ୍ପୋଦ୍ୟୋଗୀ ତଥା ରୁଚି ମସଲା କମ୍ପାନୀର ପ୍ରତିଷ୍ଠାତା ଡ.ଶରତ କୁମାର ସାହୁ(୭୬)ଙ୍କର ରବିବାର ମୁମ୍ବଇର ଲୀଳାବତୀ ହସ୍ପିଟାଲରେ ମଧ୍ୟାହ୍ନ ୧୨ଟାରେ ପରଲୋକ ହୋଇଯାଇଛି। ଅସୁସ୍ଥତା କାରଣରୁ ଡ. ସାହୁ ଗତ ଅକ୍ଟୋବର ୩୦ରେ ଲୀଳାବତୀରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ସଙ୍ଗୀତା ସାହୁ, ପୁତ୍ର ଅରବିନ୍ଦ ସାହୁ, କନ୍ୟା ରଶ୍ମୀ ସାହୁ, ପୁତ୍ରବଧୂ ସଲିନା ସାହୁ ଓ ପ୍ରିୟଜନ ଉପସ୍ଥିତ ଥିଲେ। ଡ. ସାହୁଙ୍କ ପରଲୋକ ଖବର ଓଡ଼ିଶାର ଶିଳ୍ପ ଓ ଉଦ୍ୟୋଗ ଜଗତରେ ଶୂନ୍ୟସ୍ଥାନ ସୃଷ୍ଟି କରିଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡ. ସାହୁଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ଆଜି ତାଙ୍କ ମରଶରୀର ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ଶୋଭାଯାତ୍ରାରେ କଟକ କାଜିଢ଼ିହ ବାସଭବନକୁ ନିଆଯିବ। ସେଠାରୁ ମଧୁପାଟଣା ଶିଳ୍ପାଞ୍ଚଳସ୍ଥିତ ରୁଚି ପାସ୍ତା ଭିଲେଜଠାରେ ପୂର୍ବାହ୍ଣ ୧୧ରେ ସମସ୍ତଙ୍କ ଶେଷଦର୍ଶନ ପାଇଁ ରଖାଯିବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ