ରୁଷରେ ବିମାନ ଦୁର୍ଘଟଣା: ୨୯ ମୃତ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଘନଘଟା ମଧ୍ୟରେ ରୁଷରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି। ଯେଉଁଥିରେ ୨୯ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨୩ ଜଣ ଯାତ୍ରୀ ଓ ୬ ଜଣ ବିମାନ କ୍ରୁ ମେମ୍ବର ରହିଛନ୍ତି। ରିପୋର୍ଟ ଅନୁଯାୟୀ, ରୁଷ ପ୍ରତିରକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ କ୍ରିମିଆରେ ଏକ ରୁଷୀୟ ଏଏନ୍-୨୬ ସାମରିକ ପରିବହନ ବିମାନ ପଥରରେ ଧକ୍କା ଖାଇଛି। ଯେଉଁଥିରେ ସମସ୍ତ ୨୯ ଜଣଙ୍କର ମୃତ୍ୟୁ ହୋଇଛି। ଏହା କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହୋଇଥାଇପାରେ। ଏକ ସାମରିକ କମିଶନ ଘଟଣାସ୍ଥଳରେ କାର୍ୟ୍ୟ କରୁଛି।

ମିଳିଥିବା ସୂଚନା ଅନୁଯାୟୀ ୨୦୨୨ ମସିହାରେ ୟୁକ୍ରେନର ଦକ୍ଷିଣ-ପୂର୍ବ ଜାପୋରିଝିଆ ଅଞ୍ଚଳରେ ବୈଷୟିକ ଉଡ଼ାଣ ସମୟରେ ଏକ ୟୁକ୍ରେନୀୟ ଏଏନ୍-୨୬ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯେଉଁଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା। ୨୦୨୦ ମସିହାରେ, ଉତ୍ତର-ପୂର୍ବ ୟୁକ୍ରେନରେ ଏକ ତାଲିମ ଉଡ଼ାଣ ସମୟରେ ଆଉ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଯେଉଁଥିରେ ୨୭ ଜଣଙ୍କ ମଧ୍ୟରୁ ଜଣେ ବ୍ୟତୀତ ସମସ୍ତେ ପ୍ରାଣ ହରାଇଥିଲେ।

  • Related Posts

    ଜେୱର ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ

    ନୋଇଡା: ଉତ୍ତର ପ୍ରଦେଶର ଜେୱରଠାରେ ନିର୍ମାଣାଧୀନ ବିମାନବନ୍ଦରର ନାମ ‘ନରେନ୍ଦ୍ର ମୋଦୀ ଅନ୍ତର୍ଜାତୀୟ ବିମାନବନ୍ଦର’ ଭାବେ ନାମିତ କରିବା ପ୍ରସ୍ତାବକୁ ଉତ୍ତର ପ୍ରଦେଶ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଲକ୍ଷ୍ନୌଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି…

    Continue reading
    ସିଜେପି ବିକ୍ଷୋଭ ପାଇଁ ମେଟ୍ରୋ କଟକଣା, ଟ୍ରେନ୍ ବାତିଲ

    ନୂଆଦିଲ୍ଲୀ: ଶନିବାର କଂଗ୍ରେସ-ସମର୍ଥିତ ବା ଅନ୍ୟାନ୍ୟ ଦଳ/ସଂଗଠନ ‘କୋକରୋଚ୍ ଜନତା ପାର୍ଟି’ (ସିଜେପି) ପକ୍ଷରୁ ଜନ୍ତର ମନ୍ତରରେ ପ୍ରସ୍ତାବିତ ବିକ୍ଷୋଭ ପ୍ରଦର୍ଶନକୁ ନଜରରେ ରଖି ରାଜଧାନୀ ଦିଲ୍ଲୀରେ କଡ଼ା ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ