ରୋଡ଼ ଶୋ କରିବେନି ମୋଦି, ମୋହନ ସରକାର ଦେବେ ରିପୋର୍ଟ କାର୍ଡ

ଦିନକ ପରେ ଅର୍ଥାତ୍ ୨୯ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ପହଂଚିବେ । ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର ରିପୋର୍ଟ କାର୍ଡ ରଖିବେ । ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ ବିଧାୟକ,ସାଂସଦ ଓ ମନ୍ତ୍ରୀଙ୍କ ସମେତ ବରିଷ୍ଠ କର୍ମକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ ବୋଲି ଜଣାପଡ଼ିଛି ।

ଆଜି ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି ୨୯ତାରିଖ ଅପରାହ୍ନ ୪ଟା ୧୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବ । ସେହି ବିମାନ ବନ୍ଦର ନିକଟରେ ଏକ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିବେ । ସେଠାରୁ ସିଧାସଳଖ ରାଜଭବନ ଯିବେ । ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଂଚିବେ । ପ୍ରାୟ ଦୁଇ ଘଂଟା ରହିବେ । ଦଳର ମନ୍ତ୍ରୀ, ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ଓ ପରେ ଏକାଠି ସମସ୍ତେ ପ୍ରଧାନମନ୍ତ୍ରୀଙ୍କ ସହ ରାତ୍ରିଭୋଜନ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଶ୍ରୀ ସାମଲ କହିଛନ୍ତି ।

Related Posts

ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

Continue reading
ରାଜ୍ୟ ଅନୁସୂଚିତ ଜନଜାତି ମୋର୍ଚ୍ଚା ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୂବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ଅନୁସୁଚୀତ ଜନଜାତି ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ସଂପର୍କରେ ସୂଚନା ଦେଇ ବିଜେପି ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ କାନ୍ଦ୍ରା ସୋରେନ କହିଛନ୍ତି ଯେ, ନିଜ…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ