ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଅବପାତ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ମୌସୁମୀ ଋତୁର ପ୍ରଥମ ଲଘୁଚାପ ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ। ଉତ୍ତର ପଶ୍ଚିମ ବଙ୍ଗୋସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ରମଶଃ ଉତ୍ତର ଦିଗକୁ ଗତି କରି ଘନୀଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯାହା ଫଳରେ ରାଜ୍ୟରେ ୩୧ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଜାରି ରହିବ।
ମୌସୁମୀ ଋତୁର ପ୍ରଥମ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ କରାଇଥିବା ବେଳେ ଏହା ମୌସୁମୀକୁ ମଧ୍ୟ ଓଡ଼ିଶାକୁ ଟାଣି ଆଣିବ। ଫଳରେ ଆସନ୍ତା ୩-୪ଦିନ ପର୍ୟ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବ। ଅନ୍ୟପଟେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବାକୁ ଥିବାରୁ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ୟ୍ୟାଳୟ ପକ୍ଷରୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୮ଟାରେ ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହି ଲଘୁଚାପ ଧୀରେଧୀରେ ଉତ୍ତର ଦିଗ ଆଡ଼କୁ ଗତି କରି ଅଧିକ ଘନୀଭୂତ ହୋଇଛି। ଏହା ପ୍ରଭାବରେ ଆଗାମୀ ୩-୪ ଦିନ ଯାଏଁ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ିବା ପାଇଁ ପାଗ ଅନୁକୂଳ ହେବ। ଆଗାମୀ ୨-୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ଏହାସହ ମୌସୁମୀ କେନ୍ଦ୍ରୀୟ ଆରବ ସାଗରର ଅବଶିଷ୍ଟ ଅଂଶ, ଓଡ଼ିଶାର କିଛି ଅଂଶ, ମହାରାଷ୍ଟ୍ରର ଆହୁରି କିଛି ଅଂଶ, କର୍ଣ୍ଣାଟକର ଅବଶିଷ୍ଟ ଅଂଶ, ତେଲେଙ୍ଗାନାର କିଛି ଅଂଶ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ପଶ୍ଚିମକେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର କିଛି ଅଂଶ ଏବଂ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକର ଅବଶିଷ୍ଟ ଅଂଶ, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଂଶରେ ଆଗକୁ ବଢ଼ିବା ପାଇଁ ପରିସ୍ଥିତି ଅନୁକୂଳ ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

  • Related Posts

    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading
    ଓଡ଼ିଶାରୁ ବିଦାୟ ନେଉଛି ମୌସୁମୀ

    ଭୁବନେଶ୍ୱର: ଓଡ଼ିଶାରୁ କିଛି ଅଞ୍ଚଳରୁ ମୌସୁମୀ ବିଦାୟ ନେବାର ପ୍ରକ୍ରିୟା ଆରମ୍ଭ ହୋଇଛି । ସୁନ୍ଦରଗଡ଼ ଓ ବରଗଡ଼ରୁ ମୌସୁମୀ ବିଦାୟ ନେଇଥିବା ଜଣାଯାଇଛି । ତେବେ ଆସନ୍ତା ୩ରୁ ୪ ଦିନ ଭିତରେ ପୂରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ