
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରବିବାର ଉତ୍ତର ଓଡ଼ିଶାରେ ଭୀଷଣ ବର୍ଷିବ । ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଭଦ୍ରକ, ଯାଜପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କେନ୍ଦ୍ରାପଡ଼ା, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ରବିବାର ପ୍ରବଳ ବର୍ଷା ଆଶଙ୍କା ଅଛି । ୩୧ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ୧ ତାରିଖତାରିଖରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୨ ଓ ୩ ତାରିଖରେ ମଧ୍ୟ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଗତ ୨୪ ଘଣ୍ଟାରେ ବାଲେଶ୍ଵରରେ ୪୦.୨ମିମି, ବାରିପଦାରେ ୪୮, ଭଦ୍ରକରେ ୪୪ମିମି ବର୍ଷା ହୋଇଛି। ଶନିବାର ସକାଳରୁ ସନ୍ଧ୍ୟା ଭିତରେ ବାରିପଦାରେ ୪୪ମିମି, ଭଦ୍ରକରେ ୩୭ମିମି ଓ ବରଗଡ଼ରେ ୨୭ମିମି ବର୍ଷା ହୋଇଛି।




