ଲଘୁଚାପ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି/ଭୁବନେଶ୍ବର: ଲଘୁଚାପଜନିତ ବର୍ଷାରେ ଉବୁଟୁବୁ ମାଲକାନଗିରି । ଜିଲ୍ଲାରେ ୩୨୬ ନମ୍ବର ଜାତୀୟ ରାଜପଥର ପୋଟେରୁ ବ୍ରିଜ୍‌ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ, ଯାତାୟତ ଠପ୍ ହୋଇଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମାଲକାନଗିରି ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରାଯାଇଥିବା ବେଳେ, ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ । ଏପଟେ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅଧିକାଂଶ ଜିଲ୍ଲା ପାଇଁ ବର୍ଷା ଆଲର୍ଟ ଜାରି କରାଯାଇଛି । ରାଜଧାନୀ ଭୁବନେଶ୍ବରରେ ବର୍ଷା ସହିତ କାଉଁଳିଆ ପାଗ ରହିଛି ।
ମାଲକାନଗିରି ଜିଲ୍ଲାରେ ଦୁଇ ଦିନ ଧରି ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଲଗାଣ ବର୍ଷା ଯୋଗୁଁ ପୋଟେରୁ ନଦୀର ଜଳସ୍ତର ବୃଦ୍ଧି ପାଇଥିବା ବେଳେ, ବିଭିନ୍ନ ନାଳ ଫୁଲିବାରେ ଲାଗିଛି । ଏହାର ପ୍ରଭାବରେ ମାଲକାନଗିରିରୁ ମୋଟୁକୁ ସଂଯୋଗ କରୁଥିବା ୩୨୬ ନମ୍ବର ଜାତୀୟ ରାଜପଥର ପୋଟେରୁ ବ୍ରିଜ୍‌ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ବ୍ରିଜ୍ ଉପରେ ପ୍ରାୟ ଦୁଇ ଫୁଟ ଉଚ୍ଚରେ ପାଣି ଚାଲୁଥିବାରୁ ମାଲକାନଗିରି-ମୋଟୁ ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ବ୍ରିଜ ଉଭୟ ପାର୍ଶ୍ବରେ ଗାଡ଼ି ଅଟକି ରହିଥ‌ିବା ବେଳେ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ମାଲକାନଗିରି ଜିଲ୍ଲା ପୋଟେରୁ, କନ୍ୟା ଆଶ୍ରମ ଓ ଏମଭି-90 ନମ୍ବର ପୋଲ ଉପରେ 2 ରୁ 3 ଫୁଟ ଉଚ୍ଚର ପାଣି ଚାଲୁଛି । ଜିଲ୍ଲାପାଳ ପ୍ରଥମେଶ କୁମାର, ଜିଲ୍ଲାରେ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ନେଇ ପଦକ୍ଷେପ ନେଇଛନ୍ତି । ଗୋଟିଏ ଓଡ୍ରାଫ୍ ଟିମ୍ କାଲିମେଳା ବ୍ଲକରେ ସଜାଗ ରଖାଯାଇଛି । ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସେହିପରି ସୁରକ୍ଷା ଦୃଷ୍ଟିରୁ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ