ଲଘୁଚାପ ସକ୍ରିୟ, ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସୋମବାର ବାଲେଶ୍ୱର ଓ ମୟୂରଭଞ୍ଜର ସମେତ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି । ଏଥିପାଇଁ ବନ୍ୟା ଚିନ୍ତା ଘାରିଲାଣି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ରବିବାର ଅପରାହ୍ନରେ ଲଘୁଚାପ ସୃଷ୍ଟି ହୋଇଛି ।
ଆସନ୍ତା ଦୁଇ ଦିନରେ ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ମୁହାଁ ହୋଇ ଉତ୍ତର ଓଡ଼ିଶା, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଆଡ଼କୁ ଗତି କରିବ । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୩୦ ତାରିଖ(ସୋମବାର)ରୁ ୫ ତାରିଖ ଯାଏ) ରାଜ୍ୟର ବହୁ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି ।
ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୪ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ସୋମବାର ଜିଲ୍ଲାର ସବୁ ସ୍କୁଲ ଛୁଟି ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ସେହିଭଳି ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର ଓ ବୌଦ୍ଧ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ମଙ୍ଗଳବାର) ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି । ୨ ତାରିଖରେ ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ଆଶଙ୍କା ଅଛି । ୩, ୪ ଓ ୫ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ ଦେଇଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ