ଲଘୁଚାପ: ୧୨ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଆସନ୍ତା ୧୩ ଅଗଷ୍ଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି।

ଏହି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି, ଯେଉଁଠାରେ ପ୍ରବଳ ବର୍ଷା ସହ ୩୦ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହା ସହିତ ଗଞ୍ଜାମ, ଗଜପତି ଓ ନୟାଗଡ଼ ଜିଲ୍ଲା ପାଇଁ ମଧ୍ୟ ୟେଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୧୨ ଓ ୧୩ ଅଗଷ୍ଟ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଲଘୁଚାପର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ରେକର୍ଡ ହୋଇଛି, ଯେଉଁଠାରେ ଖୋର୍ଦ୍ଧାର ଚିଲିକାରେ ସର୍ବାଧିକ ୯୦ ମିଲିମିଟର ବର୍ଷା ହୋଇଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ