ଲଘୁଚାପ: ୧୨ରୁ ବଢ଼ିବ ବର୍ଷା

ଭୁବନେଶ୍ୱର:ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବାବେଳେ ଦିନରେ ଖରା, ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଆଗକୁ ୨ଟି ଲଘୁଚାପ ହେବାର ଥିବାରୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଆସନ୍ତା ୧୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡ଼ିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିପରି ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପ ଓଡ଼ିଶା ଉପକୂଳ ନିକଟରେ ସୃଷ୍ଟି ହୋଇପାରେ। ଏହି ଦୁଇ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ ସୋମବାର ୧୧ ତାରିଖ ସାରା ରାଜ୍ୟକୁ ୟେଲୋ ଓ୍ବାର୍ନିଂ ରହିଥିବାବେଳେ ୧୨ ତାରିଖରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ। ୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
କେନ୍ଦ୍ରର ସୂଚନାନୁସାରେ, ସୋମବାର ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୨୦ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର. ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ରହିଛି। ଏସବୁ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ