ଲଘୁଚାପ :୨୦ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଲଘୁଚାପ ସକ୍ରିୟ। ଏହା ପ୍ରଭାବରେ ୨୦ ତାରିଖ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତରର ଓଡ଼ିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ପବନରେ ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ । ଶନିବାର ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟୋଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ରବିବାର, ସୋମବାର ବି ଏଭଳି ପାଗ ସମ୍ଭାବନା ଅଛି । ମଙ୍ଗଳବାରଠାରୁ ବର୍ଷା ପ୍ରକୋପ କମିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ ବିଭାଗର ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଆସନ୍ତା ୧୯ ତାରିଖବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ହୋଇପାରେ । ଏହା ଉତ୍ତର ଓଡ଼ିଶା ଆଡ଼କୁ ଗତି କରିବା ସମ୍ଭାବନା ଅଛି । ସେହିପରି ୨୭ ତାରିଖବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି ।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ