ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା ୮ ହଜାର ଟଙ୍କା ଲାଞ୍ଚ ଦାବି କରିଥିବା ଅଭିଯୋଗ ହୋଇଥିଲା। ଏନେଇ ଅଭିଯୋଗ ପାଇବା ପରେ ଭିଜିଲାନ୍ସ ଅଧିକାରୀମାନେ ଯୋଜନାବଦ୍ଧ ଭାବେ ଜାଲ ବିଛାଇଥିଲେ। ଆଜି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିବା ଜଣାପଡ଼ିଛି।
ସୁରଜବାଲାଙ୍କ ଘର ଏମଭି-୪୫ ଗ୍ରାମରେ ବୋଲି ସୂଚନା ମିଳିଛି। ତାଙ୍କ ବିରୋଧରେ ପୂର୍ବରୁ ମଧ୍ୟ ଭିଜିଲାନ୍ସ ମାମଲା ରହିଛି। ମୋଟୁ ତହସିଲ ଅଞ୍ଚଳରେ ଜମି ବିବାଦ ମାମଲାରେ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସେ ପୂର୍ବରୁ ଭିଜିଲାନ୍ସ ହାତରେ ଧରାପଡ଼ି ସସ୍‌ପେଣ୍ଡ ହୋଇଥିଲେ। ପରେ କିଛି ମାସ ତଳେ ସେ ପୁଣି ଝରାପାଲି ପଞ୍ଚାୟତରେ ଦାୟିତ୍ୱ ଗ୍ରହଣ କରିଥିଲେ। ଏବେ ପୁଣି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିବା ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଘଟଣାରେ ଭିଜିଲାନ୍ସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

  • Related Posts

    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading
    ଭାରତୀୟ ମଜଦୂର ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ :ଦାବି ପତ୍ର ପ୍ରଦାନ

    ଦେବଗଡ଼:ଭାରତୀୟ ମଜଦୂର ସଂଘ ପକ୍ଷରୁ ଆଜି ଶ୍ରମିକ ଏବଂ କର୍ମଚାରୀମାନଙ୍କ ଦୀର୍ଘ ଦିନର ଦାବି ଗୁଡିକୁ ସମାଧାନ କରିବା ପାଇଁ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଶ୍ରମ ମନ୍ତ୍ରୀ, କେନ୍ଦ୍ର ଅର୍ଥ ମନ୍ତ୍ରୀ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବି ପତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ