‘ଲୋକଙ୍କ ସରକାର’ ଲୋକଙ୍କ ସୁଖଦୁଃଖରେ ସବୁବେଳେ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମାଜର ଶେଷ ଧାଡିରେ ଥିବା ଲୋକମାନେ ଯେପରି ନିଜକୁ କେବେ ଅସହାୟ ନଭାବନ୍ତି ଏବଂ ସାଧାରଣ ଲୋକଟିଏ ଯେପରି ଅନୁଭବ କରିବ ଯେ ସରକାର ସୁଖଦୁଃଖରେ ତା ସହିତ ସବୁବେଳେ ଅଛନ୍ତି, ଏହି ମହତ ଉଦ୍ଦେଶ୍ୟ ରଖି ଲୋକଙ୍କ ସରକାର କ୍ରମାଗତ ଭାବେ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ଜାରି ରଖିଛନ୍ତି। ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।ଆଜି ପଞ୍ଜିକୃତ କରିଥିବା ୧ ହଜାର ଅଭିଯୋଗକାରୀ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୭ ଜଣ ବରିଷ୍ଠ ମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ।

ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପ୍ରଥମେ ଅଭିଯୋଗ ପ୍ରକୋଷ୍ଠରେ ପହଁଚି ଭିନ୍ନକ୍ଷମ ଲୋକମାନଙ୍କ ପାଖକୁ ଯାଇଥିଲେ ଏବଂ ସେଠାରେ ଜଣ ଜଣ କରି ସମସ୍ତଙ୍କ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ପରେ ପ୍ରକୋଷ୍ଠ ଭିତରକୁ ଆସି ପଞ୍ଜିକୃତ କରିଥିବା ଅନ୍ୟ ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କୁ ସିଧାସଳଖ ଭେଟି, ଆପତ୍ତି ଅଭିଯୋଗ ଶୁଣାଇ ଆତ୍ମସନ୍ତୋଷର ସହ ଲୋକମାନେ ଫେରୁଥାନ୍ତି। ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମସନ୍ତୋଷର ଚିହ୍ନ। ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ବାବଦକୁ ୧୦ ଜଣଙ୍କ ପାଇଁ ୯ ଲକ୍ଷ ୫୦ ହଜାର ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିଲେ। ଚଳିତ ବର୍ଷ ଆରମ୍ଭରୁ ଆଜି ସୁଦ୍ଧା ସିଙ୍ଗିଲ ୱିଣ୍ଡୋ ସିଷ୍ଟମରେ ୪୮ ଜଣଙ୍କୁ ୫୩ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି।ସୂଚନାଯୋଗ୍ୟ ଯେ, ଏହି ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମର ଏକାଦଶ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୮୯୪ଟି ଅଭିଯୋଗ ମଧ୍ୟରୁ ୧୦,୧୩୨ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୯୩ ପ୍ରତିଶତ ଅଟେ । ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୁଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ଏବଂ ଅନ୍ୟ ବିଭାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ୟ୍ୟରେ ସହଯୋଗ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ସ୍ୱତନ୍ତ୍ର ସଚିବ ଶ୍ରୀ ନିହାର ରଞ୍ଜନ ଦାଶ ଏବଂ ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି କାର୍ୟ୍ୟକ୍ରମ ପରିଚାଳନା କରିଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ