ଲୋକସେବା ଭବନ ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ

ଭୁବନେଶ୍ୱର: ଲୋକସେବା ଭବନ ପରିସରକୁ ‘ତମାଖୁମୁକ୍ତ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି, ‘ନିଶାମୁକ୍ତ ଭାରତ ଅଭିଯାନ’ର ଲକ୍ଷ୍ୟକୁ ସୁଦୃଢ଼ କରିବା ସହ ଲୋକସେବା ଭବନକୁ ଏକ ସ୍ୱଚ୍ଛ, ସୁସ୍ଥ ଓ ତମାଖୁମୁକ୍ତ କାର୍ଯ୍ୟସ୍ଥଳ ଭାବେ ଗଢ଼ିତୋଳିବା ପାଇଁ ଏହି ପଦକ୍ଷେପ ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ତମାଖୁ ସେବନ ବିରୋଧୀ ଅଭିଯାନକୁ ଆହୁରି ସୁଦୃଢ଼ କରାଯାଉଛି। ଆଗାମୀ ପିଢ଼ିକୁ ଏକ ସୁସ୍ଥ ଜୀବନ ଓ ସଠିକ୍‌ ବାର୍ତ୍ତା ଦେବା ପାଇଁ ସରକାର ସର୍ବଦା ତତ୍ପର ଅଛନ୍ତି। ତମାଖୁ ବ୍ୟବହାରରୁ ସମ୍ପୂର୍ଣ୍ଣ ବିରତି ପାଇଁ ଆଗାମୀ ଦିନରେ ମଧ୍ୟ ଆମର ପ୍ରୟାସ ଜାରି ରହିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଲୋକସେବା ଭବନ ପରିସରରେ ଧୂମପାନ, ତମାଖୁ ସେବନ ଏବଂ ତମାଖୁ ଛେପ ପକାଇବା ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ନିୟମର ଉଲ୍ଲଘଂନକୁ ଆଇନ ଅନୁଯାୟୀ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ