ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ:ପ୍ରକାଶ ପାଇଲା ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର

ପୁରୀ:ଓଡ଼ିଆ ନବବର୍ଷ ଅବସରରେ ପ୍ରକାଶ ପାଇଲା ଶ୍ରୀମନ୍ଦିର ପର୍ବପର୍ବାଣି ଓ ଯାନିଯାତ୍ରା କ୍ୟାଲେଣ୍ଡର । ପୂର୍ବରୁ ଏହି କ୍ୟାଲେଣ୍ଡର ମୁଦ୍ରଣ ପରେ ଦେବାର୍ପଣ ହୋଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଶ୍ରୀମନ୍ଦିର ସିଂହଦ୍ବାର ନିକଟରେ ଏହା ଲୋକାର୍ପିତ ହୋଇଛି । ସେହିପରି ପ୍ରଥମ ଥର ଲାଗି ପ୍ରକାଶିତ ଶ୍ରୀମନ୍ଦିରର ସୁଦୃଶ୍ୟ ସୂଚନା ପୁସ୍ତିକାର ମଧ୍ୟ ଲୋକାର୍ପଣ ହୋଇଛି ।
ଏହି ଅବସରରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା,ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ, ପୁରୀ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ । ୨୦୨୫ ମସିହାର ମହାବିଷୁବ ସଂକ୍ରାନ୍ତି ଠାରୁ ୨୦୨୬ ମସିହା ରାମାଭିଷେକ ନୀତି ପର୍ୟ୍ୟନ୍ତ ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ସମସ୍ତ ପର୍ବପର୍ବାଣି ଦିନ ତଥା ଯାନିଯାତ୍ରା ଦିବସଗୁଡିକର ସୂଚନା ଏହି କ୍ୟାଲେଣ୍ଡରରେ ରହିଅଛି । ଶ୍ରୀମନ୍ଦିର ସେବକ ନିଯୋଗ ସହ ମୁକ୍ତିମଣ୍ଡପ ଏବଂ ରାଜ୍ୟର ପ୍ରମୁଖ ପାଂଜିକାରଙ୍କୁ ନେଇ ବିସ୍ତୃତ ଆଲୋଚନା ପରେ ଶ୍ରୀମନ୍ଦିରରେ ପାଳିତ ହେବାକୁ ଥିବା ପର୍ବପର୍ବାଣି ତିଥିଗୁଡିକ ସ୍ଥିରୀକୃତ ହୋଇଅଛି। ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ସୂଚନା କେନ୍ଦ୍ରଗୁଡିକରେ ଏହି କ୍ୟାଲେଣ୍ଡର୍ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସକାଶେ କ୍ରୟ ପାଇଁ ଉପଲବ୍ଧ ହେବ । ଅନ୍ୟପଟେ ଓଡିଆ ନବବର୍ଷ ଅବସରରେ ଭକ୍ତ ତଥା ଶ୍ରଦ୍ଧାଳୁଙ୍କୁ ଅଭିନନ୍ଦନ ଜଣାଇବା ସହ ମହାପ୍ରଭୁଙ୍କ ପାଦପଦ୍ମରେ ସମସ୍ତଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ