
ଭୁବନେଶ୍ୱର: ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତ ଭାବେ ପ୍ରାଣବିନ୍ଦୁ ଆଚାର୍ୟ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ। ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।








