ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ

ଭୁବନେଶ୍ବର: ବଳଙ୍ଗା ପୀଡିତାଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର୍‌ । ସରକାରଙ୍କୁ ଘେରି ନାନା ପ୍ରଶ୍ନ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ବିରୋଧୀଙ୍କ ଅଭିଯୋଗ ଉପରେ କଡ଼ା ଜବାବ ରଖିଛି ବିଜେପି । ଦଳର ମୁଖପାତ୍ର ମନୋଜ ମହାପାତ୍ର କହିଛନ୍ତି ଶାଗୁଣା ଯେମିତି ଶବକୁ ଚାହିଁ ବସିଥାଏ । ସେମିତି ଶବ ଉପରେ ରାଜନୀତି କରୁଛନ୍ତି ବିରୋଧୀ । ଏହା ହୀନ ରାଜନୀତି । ଶାଗୁଣା ପ୍ରକୃତିର ଲୋକ ଏଭଳି ରାଜନୀତି କରନ୍ତି । ଏଭଳି ସ୍ଥିତିରେ ବିଜେଡ଼ି ଓ କଂଗ୍ରେସ ରାଜନୀତି କରନ୍ତୁ ନାହିଁ । ଯେଉଁମାନେ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରୁଛନ୍ତି, ସେମାନେ ଓଡ଼ିଶାର ଡେମୋଗ୍ରାଫି ଜାଣିନାହାନ୍ତି । ଓଡ଼ିଶା ୟୁପି କି ବିହାର ନୁହେଁ ।
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୌଣସି ସାଧାରଣ ଲୋକଙ୍କୁ ଉତ୍ତମ ଚିକିତ୍ସା ପାଇଁ ଏୟାର ଲିଫ୍ଟ କରିଥିଲେ କି ? ପ୍ରମିଳା ମଲ୍ଲିକଙ୍କ ଘରେ ଜଣେ ମରି ଯାଇଥିଲେ । ତା ଉପରେ କହିବେ କି ? ଟୁକୁନି ସାହୁ ନିଜ ସ୍ଵାମୀଙ୍କ ହତ୍ୟା ପରେ କେଉଁ ଲାଭ ଲୋଭ ଉପରେ ଚୁପ୍ ରହିଥିଲେ । ଲେଖାଶ୍ରୀଙ୍କୁ ଅଭ୍ୟାସ ଗତ ବିରୋଧୀ ବୋଲି କହିଲେ ମନୋଜ । କିଛି ଲୋକ ନ୍ୟାୟିକ ତଦନ୍ତ କଥା କହୁଛନ୍ତି । କିନ୍ତୁ କଳିଙ୍ଗ ନଗର ଗୁଳିକାଣ୍ଡ ଘଟଣାରେ ନ୍ୟାୟିକ ତଦନ୍ତ ହେବା ପରେ କଣ ରିପୋର୍ଟ ଆସିଲା । କେହି ଜଣେ ହେଲେ ଧରା ପଡ଼ିଲେ କି ? ୧୪ କୋଟି ଟଙ୍କା ନ୍ୟାୟିକ କମିଶନ ତଦନ୍ତରେ ଖର୍ଚ୍ଚ ହେଲା । ତେଣୁ ବିରୋଧୀ ଦଳ ଯାହା କହୁଛନ୍ତି, ବୁଝି ବିଚାରି କୁହନ୍ତୁ ।ରାଜ୍ୟ ସରକାର ବଳଙ୍ଗା ପୀଡ଼ିତାଙ୍କୁ ତୁରନ୍ତ ଏମ୍ସରେ ଚିକିତ୍ସା ବ୍ୟବସ୍ଥା କଲେ । ଉତ୍ତମ ଚିକିତ୍ସା ପାଇଁ ଏୟାର ଲିଫ୍ଟ କରି ଦିଲ୍ଲୀ ପଠାଇଲେ । କିନ୍ତୁ ଦୁର୍ଭାଗ୍ୟ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ଏ ଘଟଣାରେ ସମସ୍ତେ ଦୁଃଖିତ । ପୀଡ଼ିତାଙ୍କ ବାପା କହିଛନ୍ତି, ରାଜ୍ୟ ସରକାରଙ୍କ ସହାୟତାରେ ସେମାନେ ଖୁସି । କିନ୍ତୁ ଏଭଳି ସ୍ଥିତିରେ ବିରୋଧୀ ମାନେ ରାଜନୀତି କରୁଛନ୍ତି । ଯେତେବେଳେ ବଳଙ୍ଗା ପୀଡ଼ିତା ଭୁବନେଶ୍ଵର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ରାଜନୀତି କରିବା ପାଇଁ ପ୍ରତିଯୋଗିତା କରୁଥିଲେ । ଅନ୍ୟ ରୋଗୀ ହଇରାଣ ହେଲେ ।

  • Related Posts

    ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜ୍ୟ ବିଜେପି ସଭାପତି

    ଭୁବନେଶ୍ବର : ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରି ବାଜପେୟୀଙ୍କ ତିରୋଧାନ ଦିବସ । ଭୁବନେଶ୍ୱର ଏମ୍ସ ପରିସରରେ ଥିବା ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଜ୍ୟସଭା ସାଂସଦ ତଥା ବିଜେପି ରାଜ୍ୟ…

    Continue reading
    ସୁଲତାଙ୍କ ପୋଷ୍ଟକୁ ନେଇ ବଢ଼ିଲା ବିବାଦ, କ୍ୟାପିଟାଲ ଥାନାରେ ବିଜେପିର ଏତଲା

    ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କ ବିରୋଧରେ ଥାନାରେ ବିଜେପିର ଏତଲା। ଫ୍ଲାଗ୍ କୋଡ୍ ଉଲ୍ଲଂଘନ ସହ ଏଆଇ ଫଟୋର ଅପବ୍ୟବହାର କରି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟ କରାଯାଇଥିବା ବିଜେପି ଅଭିଯୋଗ କରିଛି। ଏକ ଏଆଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ