ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ବଳାଙ୍ଗା ପୀଡ଼ିତାଙ୍କ ମୃତୁ୍ୟକୁ ନେଇ ଇସ୍ତଫା ପ୍ରସଙ୍ଗରେ ବିରୋଧୀଙ୍କ ଦାବି ପ୍ରସଙ୍ଗରେ ସୋମବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତେବେ ମୁଁ ପ୍ରସ୍ତୁତ । ମୁଁ ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ । ମାତ୍ର ମୃତକଙ୍କ ପରିବାରକୁ ନେଇ ରାଜନୀତିକୁ କରିବାକୁ ମୁଁ ପସନ୍ଦ କରେ ନାହିଁ ।

ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଥିଲେ, କିନ୍ତୁ ବଞ୍ଚାଇ ହେଲାନି । ଆମେ ସମସ୍ତେ ଦୁଃଖ ପ୍ରକାଶ କରିସାରିଛୁ । ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି, ସବୁ କରିବାକୁ ପ୍ରସ୍ତୁତ । ଝିଅ ପରିବାର ବହୁତ ଗରିବ, ସେମାନଙ୍କୁ ସରକାର ସବୁ ସୁବିଧା ଯୋଗାଇଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ପରିବାର ପାଇଁ ଯାହା କରିବାର ଅଛି କରିବୁ । ଶେଷ ଯାଏଁ ପୋଲିସ ଉପରେ ଭରସା ରଖନ୍ତୁ, ଯାହା ସତ୍ୟ ପଦାକୁ ଆସିବ ।

ବାଲେଶ୍ବର ଏଫ୍ଏମ୍ କଲେଜ ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ କାର୍ୟ୍ୟାନୁଷ୍ଠାନ ନିଆଯାଇଛି । ବିଳମ୍ବରେ ହେଲେ ବି ଆମ ସରକାର ନ୍ୟାୟ ଦେବେ । ଏହି ଘଟଣାରେ ଦୁଇ ଜଣ ଗିରଫ ହୋଇଛନ୍ତି । ଆଇନର ଉର୍ଦ୍ଧ୍ବରୁ କେହି ନୁହନ୍ତି । ବିଳମ୍ବରେ ହେଲେ ବି ନ୍ୟାୟ ମିଳିବ । ତଦନ୍ତ ବନ୍ଦ ହୋଇନାହିଁ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ