ଶିଖରଚଣ୍ଡୀ ମନ୍ଦିରର ହେବ ପୂର୍ଣ୍ଣାଙ୍ଗ ବିକାଶ

ଭୁବନେଶ୍ଵର : ଭୁବନେଶ୍ୱରସ୍ଥିତ ପ୍ରସିଦ୍ଧ ଶିଖରଚଣ୍ଡୀ ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ନବରାତ୍ରୀ ଏବଂ ଶୀତଦିନିଆ ପର୍ଯ୍ୟଟନ ଋତୁ ପୂର୍ବରୁ ଏହି ବୃହତ ପ୍ରକଳ୍ପ କାର୍ଯ୍ୟକୁ ଦ୍ରୁତଗତିରେ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି, ଯାହା ଦ୍ୱାରା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନେ ଉତ୍ତମ ସୁବିଧା ସୁଯୋଗ ପାଇପାରିବେ। ଏହି ସମୀକ୍ଷା ବୈଠକରେ ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା କମିଶନର ଶ୍ରୀ ବଲୱନ୍ତ ସିଂହଙ୍କ ସମେତ ବିଭାଗୀୟ ଉଚ୍ଚାଧିକାରୀ, ଓ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।

ସମୀକ୍ଷା କାଳରେ ମନ୍ଦିର ପରିସରର ସୌନ୍ଦର୍ଯ୍ୟୀକରଣ, ଯାତାୟାତ ପାଇଁ ପ୍ରଶସ୍ତ ରାସ୍ତା ନିର୍ମାଣ, ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ, ପାର୍କିଂ ଓ ବିଶ୍ରାମାଗାର ଭଳି ସମସ୍ତ ମୌଳିକ ସୁବିଧାର ପୂର୍ଣ୍ଣାଙ୍ଗ ପ୍ରକଳ୍ପ ଉପରେ ଚର୍ଚ୍ଚା କରାଯାଇଥିଲା। ନବରାତ୍ରୀ ପୂର୍ବରୁ ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ କରି ଭକ୍ତଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିବାକୁ ଲକ୍ଷ୍ୟ ରଖାଯାଇଛି। ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ତଥା କମିଶନର ଶ୍ରୀ ବଲୱନ୍ତ ସିଂହ ବିଭିନ୍ନ ବିଭାଗୀୟ କାର୍ଯ୍ୟର ଅଗ୍ରଗତି ଓ ସମନ୍ୱୟ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀଙ୍କୁ ବିସ୍ତୃତ ସୂଚନା ପ୍ରଦାନ କରିଥିଲେ।

ଶିଖରଚଣ୍ଡୀ ମନ୍ଦିରକୁ ଏକ ଆଧ୍ୟାତ୍ମିକ ତଥା ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଭାବେ ଗଢ଼ି ତୋଳିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ