ଶିରୀଶ ଚନ୍ଦ୍ର ମୁର୍ମୁ ଆରବିଆଇ

ପୁଣି ଜଣେ ଓଡ଼ିଆଙ୍କୁ ରିଜର୍ଭ ବ୍ୟାଙ୍କରେ ଗୁରୁଦାୟିତ୍ବ । ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଡେପୁଟି ଗଭର୍ଣ୍ଣର ଭାବେ ଶିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତି ଦେଇଛି । ଅକ୍ଟୋବର ୯ରେ ସେ ଦାୟିତ୍ବ ଗ୍ରହଣ କରିବେ ଏବଂ ୩ ବର୍ଷ ପାଇଁ ଏହି ପଦବୀରେ ରହିବେ । ଶିରୀଶଙ୍କ ନିଯୁକ୍ତିକୁ ଅନୁମୋଦନ ଦେଇଛି କେନ୍ଦ୍ର କ୍ୟାବିନେଟ୍‌ର ନିଯୁକ୍ତି କମିଟି । ଏବେ ରିଜର୍ଭ ବ୍ୟାଙ୍କ୍‌ର ଏକ୍‌ଜିକ୍ୟୁଟିଭ୍ ଡାଇରେକ୍‌ଟର ଅଛନ୍ତି ଶିରୀଶ ଚନ୍ଦ୍ର ମୁର୍ମୁ । ତାଙ୍କ ଘର ମୟୂରଭଞ୍ଜ ଜିଲ୍ଲା ବେତନଟିରେ । ବର୍ତ୍ତମାନ ଡେପୁଟି ଗଭର୍ଣ୍ଣର ଥିବା ରାଜେଶ୍ୱର ରାଓଙ୍କ କାର୍ୟ୍ୟକାଳ ଅକ୍ଟୋବର ୮ରେ ଶେଷ ହେବ ।
ଏପଟେ ଶିରୀଶଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଣେ ସୁଯୋଗ୍ୟ ଓଡ଼ିଆ ଦେଶର ସର୍ବୋଚ୍ଚ ବ୍ୟାଙ୍କରେ ଗୁରୁତ୍ବପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହେବା ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ତାଙ୍କର ଦୀର୍ଘ ଅଭିଜ୍ଞତା ଦେଶର ଅର୍ଥନୀତିକୁ ଆହୁରି ସୁଦୃଢ଼ କରିବ ବୋଲି ସୋସିଆଲ ମିଡିଆରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ମୟୂରଭଞ୍ଜ ଜିଲ୍ଲା ବେତନଟିର ଶିରୀଶ ଚନ୍ଦ୍ର ମୁର୍ମୁ ହେଉଛନ୍ତି ପୂର୍ବତନ ସିଏଜି ତଥା ଜାମ୍ମୁ-କାଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଭାଇ ।

  • Related Posts

    ନିଶାମୁକ୍ତ ଓଡ଼ିଶା ସହ ଆଧୁନିକ ପୋଲିସ ବାହିନୀ ଗଠନ ଆମର ଲକ୍ଷ୍ୟ: ଡିଜିପି

    ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର…

    Continue reading
    ଓସିଏସ ପରୀକ୍ଷା ନିୟମରେ ବଡ଼ ପରିବର୍ତ୍ତନ

    ଏଣିକି ଓଡ଼ିଶା ସିଭିଲ୍ ସର୍ଭିସେସ୍-OCS ପରୀକ୍ଷାରେ ଆଉ ରହିବନି ୬ଟି ସୁଯୋଗ। ଆଶାୟୀମାନେ ସେମାନଙ୍କ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ। ସାଧାରଣ ବର୍ଗ ପାଇଁ ସର୍ବୋଚ୍ଚ ବୟସସୀମା ୪୨ ବର୍ଷ, ମହିଳା ଓ ସଂରକ୍ଷିତ ବର୍ଗ ପାଇଁ ୪୭ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ