ଶିଳ୍ପ ସମ୍ବନ୍ଧରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପାରାଦୀପ: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରାଦୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସଂପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ଆଗାମୀ ଦିନରେ ପାରାଦୀପ ଭାରତର ଏକ ବଡ ଇକୋନୋମିକ ଜୋନ ହେବାକୁ ଯାଉଛି ବୋଲି ମତ ଦେଇ ଏହି ଅଞ୍ଚଳରେ ସ୍ଥାପିତ ହେବାକୁ ଥିବା ସମସ୍ତ ଭିତ୍ତିଭୂମି ଓ ଶିଳ୍ପ ପ୍ରକଳ୍ପ ଗୁଡ଼ିକ ଯେପରି ତୁରନ୍ତ ଆରମ୍ଭ ହେବ, ସେଥିପାଇଁ ପଦକ୍ଷେପ ନେବାକୁ ସେ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।

ପାରାଦୀପ ପୋର୍ଟର ସମ୍ପ୍ରସାରଣ, ଜାହାଜ ନିର୍ମାଣ ଓ ମରାମତି କାରଖାନା,ବନ୍ଦର ବିକାଶ ପାଇଁ ଆବଶ୍ୟକ ବିଭିନ୍ନ ପ୍ରକଳ୍ପ, IOCL ଏବଂ JSW ପକ୍ଷରୁ ବିକଶିତ ହେବାକୁଥିବା ଶିଳ୍ପାନୁଷ୍ଠାନ ବିଷୟରେ ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।

ଭୁବନେଶ୍ୱର-କଟକ- ପୁରୀ-ପାରାଦୀପ ଇକୋନୋମିକ ରିଜନ, AMNS India ପକ୍ଷରୁ ପାରାଦୀପରେ ବିକଶିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ସମୀକ୍ଷା ସହ ପାରାଦ୍ଵୀପ ପେଟ୍ରୋ କେମିକାଲ ପ୍ରକଳ୍ପ , ଇଣ୍ଟିଗ୍ରେଟେଡ ଷ୍ଟିଲ ପ୍ରୋଜେକ୍ଟ ପ୍ରତିଷ୍ଠା ସହିତ ଏସବୁ ପ୍ରକଳ୍ପ ଗୁଡିକର ଭୁମି ଅଧିଗ୍ରହଣ ଠାରୁ ଆରମ୍ଭ କରି ବିଭିନ୍ନ ଅନୁମୋଦନ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା।

ପଡିରହିଥିବା କାର୍ଯ୍ୟକୁ ଯଥାଶିଘ୍ର ସମାଧାନ କରି ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା କାମକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ଯମନ୍ତ୍ରୀ ଜିଲ୍ଲାପ୍ରଶାସନ ଓ ଶିଳ୍ପାନୁଷ୍ଠାନ ର ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ଶିଳ୍ପାନୁଷ୍ଠାନରେ ଓଡ଼ିଶା ର ଯୁବପିଢୀ ବିଶେଷ କରି ସ୍ଥାନୀୟ ଯୁବଗୋଷ୍ଠୀ ଙ୍କୁ ନିଯୁକ୍ତି ଦେବାପାଇଁ ମୁଖ୍ୟମନ୍ତ୍ରୀ ପ୍ରାଧାନ୍ୟ ଦେଇଥିଲେ।

ଏହି ବୈଠକରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ, ଶିଳ୍ପ ଵିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା,ଜଗତସିଂପୁର ଜିଲ୍ଲାପାଳ ଜେ ସୋନାଲ, ପାରାଦୀପ ବନ୍ଦର କର୍ତ୍ତୃପକ୍ଷ, ଆଇ ଓ ସି ଏଲ୍, ଜେ ଏସ ଡବ୍ଲୁ, ଏ ଏମ ଏନ୍ ଏସ ଇଣ୍ଡିଆ ର ଅଧିକାରୀ ମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ