ଶୁକ୍ରବାର କଟକ ଆସିବେ ଉପରାଷ୍ଟ୍ରପତି

କଟକ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଆୟୋଜିତ ହେଉଥିବା ପରାକ୍ରମ ଦିବସ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ ଯୋଗଦେବ । ଏନେଇ କମିସନରେଟ୍ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ଉପରାଷ୍ଟ୍ରପତିଙ୍କ ପାଇଁ ଜେଡ୍ ପ୍ଲସ୍ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ଏଥିରେ ପ୍ରାୟ ୩୫ ପ୍ଲାଟୁନ୍ ପୁଲିସ ଫୋର୍ସ ଓ କର୍ମୀ ସାମିଲ ହେବେ । ଅପରପକ୍ଷେ ବୁଧବାର କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଏବଂ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେ ମ୍ୟୁଜିୟମ ପରିସର ବୁଲି ସ୍ଥିତି ସମୀକ୍ଷା କରିଛନ୍ତି ।

ଉପରାଷ୍ଟ୍ରପତି କାର୍ ଯୋଗେ ଭୁବନେଶ୍ୱରରୁ ସିଧା ଓଡ଼ିଆ ବଜାରସ୍ଥିତ ନେତାଜୀଙ୍କ ଜନ୍ମପୀଠରେ ପହଞ୍ଚିବେ । ପ୍ରଥମେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସଂଗ୍ରହାଳୟ ବୁଲି ଦେଖିବେ । ପରେ ନିକଟରେ ଥିବା ସଂସ୍କୃତି ଭବନରେ ଆୟୋଜିତ ହେଉଥିବା ପରାକ୍ରମ ଦିବସରେ ଉପରାଷ୍ଟ୍ରପତି ଶ୍ରୀ ରାଧାକ୍ରିଷ୍ଣନ୍ ମୁଖ୍ୟଅତିଥି ଭାବେ ଯୋଗଦେବେ । ଏହି ଅବସରରେ ରାଜ୍ୟପାଳ ଡ.ହରିବାବୁ କମ୍ଭମ୍ପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ । ତିନି ବିଶିଷ୍ଟ ବ୍ୟକ୍ତିବିଶେଷ କାର୍ଯ୍ୟକ୍ରମରେ ସାମିଲ ହେଉଥିବାରୁ କଟକ କମିସନରେଟ୍ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି । ପ୍ରୋଟୋକଲ୍ ଅନୁସାରେ ଜେଡ୍ ପ୍ଲସ୍ ବା ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଉଛି। ଏଥିରେ ୩୫ ପ୍ଲାଟୁନ୍ ଅର୍ଥାତ୍ ପ୍ରାୟ ୯୦୦ ପୁଲିସ କର୍ମୀ ଦାୟିତ୍ୱରେ ରହିବେ । ସେହିପରି ୧୫୦ରୁ ଅଧିକ ଅଫିସରଙ୍କୁ ଦାୟିତ୍ୱ ଦିଆଯିବ । ପୁଲିସ କମିସନର ଓ ଡିସିପି କାର୍ଯ୍ୟକ୍ରମ ସ୍ଥଳରେ ଉପସ୍ଥିତ ରହିବେ ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ