ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ ‘ଜିରୋ ଆକ୍ସିଡେଣ୍ଟ ଡେ’ ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ ଆହ୍ୱାନ ଦେଇଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିରୋ ଆକ୍ସିଡେଣ୍ଟ ସେଲ୍ଫି ପଏଣ୍ଟକୁ ଉଦ୍‌ଘାଟନ କରିବା ସହିତ ସଡକ ସୁରକ୍ଷା ବାର୍ତ୍ତା ପ୍ରଚାରକ ମାନଙ୍କୁ ସେହିଠାରେ ସମ୍ବର୍ଦ୍ଧିତ କରିଥିଲେ। ଏଥିସହିତ ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲାର ସମସ୍ତ ୧୩ଟି ବ୍ଲକରେ ସଡକ ସୁରକ୍ଷା ସଚେତନତା ତଥା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥର ଶୁଭାରମ୍ଭ କରିଥିଲେ ଓ ସିଂଗନେଚର କ୍ୟାମ୍ପେନକୁ ଉଦ୍‌ଘାଟନ କରିଥିଲେ।
ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସୁରକ୍ଷା କେବଳ ସରକାରଙ୍କର ଦାୟିତ୍ବ ନୁହେଁ। ଏଥି ପ୍ରତି ସଚେତନ ହେବା ପ୍ରତ୍ୟେକ ବ୍ୟକ୍ତିଙ୍କର ସାମୂହିକ ଦାୟିତ୍ବ। ଭୁବନେଶ୍ବରରେ ଶୂନ ଦୁର୍ଘଟଣା ଦିବସର ଏକ ବିଶେଷ ସଫଳତା ପରେ କେନ୍ଦୁଝର ଏହି ଅଭିଯାନକୁ ଆଗକୁ ନେବାରେ ଓଡ଼ିଶାର ପ୍ରଥମ ଜିଲ୍ଲା ହୋଇଛି। ଆମର ଲକ୍ଷ୍ୟ ହେବ, ଶୂନ ଦୁର୍ଘଟଣା ଦିବସ ସଚେତନତା ବାର୍ତ୍ତାକୁ ପ୍ରତି ସହର, ଗାଁ ଏପରିକି ଘରେ ଘରେ ପହଞ୍ଚାଇବା। ନିଜେ ସଚେତନ ହେବା ସହ ଅନ୍ୟମାନଙ୍କୁ ସଚେତନ କରାଇବା। ସମସ୍ତ କ୍ଷେତ୍ରରେ ସତର୍କତା ହିଁ ଆମକୁ ଏସବୁ ଦୁର୍ଘଟଣାରୁ ବଞ୍ଚେଇ ପାରିବ। କେନ୍ଦୁଝର ଜିଲ୍ଲା ହେଉଛି ଏକ ଖଣିବହୁଳ ଅଞ୍ଚଳ। ଦିନରାତି ଏଠାରେ ଖଣିଜ ପଦାର୍ଥ ପରିବହନ ହୋଇଥାଏ। ଏଠାରୁ ପ୍ରତିଦିନ ସହସ୍ର ସଂଖ୍ୟକ ଟ୍ରକ୍, ଲୋଡର୍, ଭାରୀ ଯାନବାହାନ ଯାତାୟାତ କରୁଛି। ଏହା ଅଞ୍ଚଳର ଅର୍ଥନୀତିକୁ ସଚଳ କରୁଛି, କିନ୍ତୁ ଏହା ସହିତ ସଡ଼କ ସୁରକ୍ଷା ପାଇଁ ଏକ ବିଶେଷ ଚାଲେଞ୍ଜ ମଧ୍ୟ ହୋଇ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ କେନ୍ଦୁଝର ଜିଲ୍ଲାର ପ୍ରତ୍ୟେକ ନାଗରିକଙ୍କୁ ଯାତାୟତ ସମୟରେ ସଡକ ସୁରକ୍ଷା ନିୟମାବଳୀ ମାନିବା ସହିତ ସତର୍କତା ଅବଲମ୍ବନ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।
ସେ ପୁଣି କହିଥିଲେ ଯେ ଶୂନ ଦୁର୍ଘଟଣା ଦିବସ ପାଳନ କରୁଛେ। ଏହା ଏପରି ଏକ ପଦକ୍ଷେପ ଯାହା ଆମର ଉକ୍ଟକ୍ଷକ୍ଷରମଗ୍ଧସଙ୍ଖର ଜରଗ୍ଦକ୍ଟ୍ରକ୍ଟଦ୍ଭଗ୍ଦସଭସକ୍ଷସଗ୍ଧଚ୍ଚକୁ ପ୍ରଦର୍ଶନ କରୁଛି। ଖଣି ଓ ଶିଳ୍ପ କ୍ଷେତ୍ର ସହିତ ସଂଲଗ୍ନ ସମସ୍ତ କମ୍ପାନି, ଡ୍ରାଇଭର୍, କର୍ମଚାରୀ ମାନଙ୍କ ସୁରକ୍ଷାକୁ ପ୍ରଥମ ପ୍ରାଥମିକତା ଦିଅନ୍ତୁ। ଭାରୀ ଯାନବାହାନ ଗୁଡିକର ନିୟମିତ ମେଣ୍ଟେନାନ୍‍ସ, ଡ୍ରାଇଭର ମାନଙ୍କୁ ପ୍ରଶିକ୍ଷଣ କୁ ଗୁରୁତ୍ୱ ଦିଅନ୍ତୁ। ଏହି ସବୁକିଛିକୁ କଡ଼ାକଡ଼ି ଭାବରେ ପାଳନ କରିଲେ ଅନେକ ଦୁର୍ଘଟଣାକୁ ରୋକାଯାଇ ପାରିବ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ