ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ପଇତାଲାଗି ନୀତି ଏକ ବିଶେଷ ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।

Related Posts

ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

Continue reading
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ