ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ: ଶୁକ୍ରବାର ରାତିରେ ଶ୍ରୀମନ୍ଦିର ଉପରେ ପୁନର୍ବାର ଡ୍ରୋନ ଉଡ଼ିବାର ଦେଖିବାକୁ ମିଳିଛି। ଶତାଧିକ ସୁରକ୍ଷାକର୍ମୀଙ୍କ ଗହଣରେ ଶ୍ରୀମନ୍ଦିର କେତେ ସୁରକ୍ଷିତ, ତାହା ଜଗନ୍ନାଥପ୍ରେମୀ ପ୍ରଶ୍ନ କରିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ଭିତରକୁ ବେଧଡ଼କ ମୋବାଇଲ ନେଇ ଫଟୋ, ଭିଡ଼ିଓ ଉତ୍ତୋଳନ କରିବା ଘଟଣା ଥମିବାର ନାଁ ଧରୁନି। ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନଥିବା ଯୋଗୁ ଘଟଣାର ପୁନରାବୃତ୍ତି ବାରମ୍ବାର ଦେଖିବାକୁ ମିଳୁଛି। ଶୁକ୍ରବାର ନୋ ଫ୍ଲାଇଙ୍ଗ ଜୋନରେ ପୁଣି ଡ୍ରୋନ ଉଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଡ୍ରୋନଟି କେଉଁଠାରୁ ଅାସି ଶ୍ରୀମନ୍ଦିର ଉପରେ ଉଡ଼ିବା ସହ ପୁଣି କେଉଁଆଡ଼େ ଉଭାନ ହୋଇଯାଇଥିଲା, ତାହା ଜଣା ପଡ଼ିନାହିଁ। ଶ୍ରୀମନ୍ଦିର ନିକଟରୁ ଏହା ଉଡ଼ାଯାଇଥିବା ଅନୁମାନ କରାଯାଉଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନେତୃତ୍ବରେ ଏହାର ତଦନ୍ତ କରିବାକୁ ଜଗନ୍ନାଥପ୍ରେମୀ ଦାବି କରିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ