ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ

ପୁରୀ: ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ । ନୀଳଚକ୍ର ପାଖକୁ ଯାଇ ଭିଡିଓ ଉତ୍ତୋଳନ କରିଥିବା ସୂଚନା । ତେବେ ପୂର୍ବରୁ ବାରମ୍ବାର ଏମିତି ଘଟଣା ଘଟୁଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଥରେ ପ୍ରଶ୍ନ ଛିଡ଼ା ହେଲାଣି ।
ସେପଟେ ସରିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ। ଏବେ ଆରମ୍ଭ ହେବ ଗଣତି ମଣତି ପ୍ରକ୍ରିୟା । ଏଇ ମାସ କିମ୍ବା ଅକ୍ଟୋବର ଶେଷ ସୁଦ୍ଧା ରତ୍ନଭଣ୍ଡାର ଗଣତି ମଣତି ଓ ହୁଣ୍ଡି ସ୍ଥାନାନ୍ତର କରାଯିବ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ସେହିପରି ଧାଡ଼ି ଦର୍ଶନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ । ନାଟ ମଣ୍ଡପରେ ଧାଡ଼ି ଦର୍ଶନ ପୂର୍ବରୁ ହୁଣ୍ଡି ସ୍ଥାନାନ୍ତର ପାଇଁ ଏକ ରିଜଲ୍ୟୁସନ ଆସିବ । ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଗିବ । ତୁରନ୍ତ ହୁଣ୍ଡି ସ୍ଥାନାନ୍ତର ହେବା ପରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି । ଆଜି ଦୀର୍ଘ ୪ ଘଣ୍ଟା ଧରି ହୋଇଥିଲା ଶ୍ରୀମନ୍ଦିର ସମୀକ୍ଷା ବୈଠକ । କେଉଁ ପ୍ରକଳ୍ପର ସ୍ଥିତି କ’ଣ ରହିଛି, ସେ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଭିନ୍ନ ପ୍ରକଳ୍ପର ବାକି ଥିବା କାମ ସାରିବାକୁ ସମୟସୀମା ଦିଆଯାଇଛି ।

  • Related Posts

    ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ

    ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ କାର୍ୟ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍…

    Continue reading
    ଭୁବନେଶ୍ୱରରେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ

    ରାଜଧାନୀ ଭୁବନେଶ୍ୱରରେ ଚିହ୍ନଟ ହେଲେ କୋଭିଡ୍‌ ଆକ୍ରାନ୍ତ। ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଉକ୍ତ ହସ୍ପିଟାଲ କର୍ତ୍ତୃପକ୍ଷ।ଏହି କୋଭିଡ୍‌ ଆକ୍ରାନ୍ତଙ୍କ ଘର ବରମୁଣ୍ଡା ଅଞ୍ଚଳରେ। ତାଙ୍କୁ ୫୦ ବର୍ଷ ହୋଇଛି। ଏହା ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ