ଶ୍ରୀମନ୍ଦିର ଗଲା ୩୫୦ କେଜି ବାସୁଙ୍ଗା ପାଟ

ଭୁବନେଶ୍ବର: ରଥଯାତ୍ରା ଅବ୍ୟବହିତ ପୂର୍ବରୁ ପୁରୀ ପଠାଯାଇଛି ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ। ସହିଦନଗରସ୍ଥିତ ‘ଓଡ଼ିଶା ସମବାୟ ଟସର ଓ ରେଶମ ମହାସଂଘ (ସେରିଫେଡ୍)’ କାର୍ୟ୍ୟାଳୟ ପରିସରରୁ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଉପସ୍ଥିତିରେ ପ୍ରେରଣ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ କରିବା ପୂର୍ବରୁ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଧୂପ, ଦୀପ, ପୁଷ୍ପାଦି ପ୍ରଦାନ କରି ପୂଜାର୍ଚ୍ଚନା କରି ବାସୁଙ୍ଗା ପାଟ ପ୍ରେରଣ କରିଛନ୍ତି।
ସୂଚନଯୋଗ୍ୟ, ବାସୁଙ୍ଗା ପାଟ ହେଉଛି ଏକ ପବିତ୍ର ଓ ଅତ୍ୟନ୍ତ ଶକ୍ତିଶାଳୀ ରେଶମ ଡୋରି ଯାହା ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥଯାତ୍ରା ଓ ଅନ୍ୟାନ୍ୟ ପର୍ବପର୍ବାଣୀରେ ବ୍ୟବହୃତ ହୋଇଥାଏ। ଶ୍ରୀମନ୍ଦିରରେ ବିଗ୍ରହମାନଙ୍କ ବିଜୟ ଡୋରି, ପଇତା ଓ ରାକ୍ଷୀ ଆଦି ତିଆରି କରିବାରେ ବ୍ୟବହାର କରାଯାଇଥାଏ। ୧୯୮୧ ମସିହାରୁ ସେରିଫେଡ୍‌ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଏହି ବାସୁଙ୍ଗା ପାଟ ଯୋଗାଇ ଆସୁଛି। ଚଳିତବର୍ଷ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ଯୋଗାଇ ଦିଆଯାଇଛି। ଏହି ବାସୁଙ୍ଗା ପାଟ ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ କରାଯାଇଥାଏ। ଏହା ମୁଖ୍ୟତଃ ଗଜପତି ଜିଲ୍ଲାର ମୋହନା ଓ ଆର. ଉଦୟଗିରି ବ୍ଲକର ଜନଜାତି ରେଶମ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ହୋଇଥାଏ। ଏଥିରେ କୋରାପୁଟ ଜିଲ୍ଲାରୁ ସଂଗୃହୀତ କଇଥ ଫଳର ଅଠା ଲଗାଯାଇ ରଙ୍ଗାୟିତ କରାଯାଇଥାଏ। ଏହି କୋଷାଗୁଡ଼ିକୁ ସେରିଫେଡ୍‌ ଦ୍ୱାରା ସଂଗ୍ରହ କରାଯାଇ କଟକ ଜିଲ୍ଲାର ନୂଆପାଟଣା ସ୍ଥିତ ସିଲ୍କ ପ୍ରଡକ୍‌ସନ୍‌ ଆଣ୍ଡ୍‌ ଟେକ୍‌ନିକାଲ୍‌ ଅପ୍‌ଗ୍ରେଡେସନ୍‌ ସେଣ୍ଟରଠାରେ ପ୍ରକ୍ରିୟାକରଣ କରାଯାଏ। ଶ୍ରୀମନ୍ଦିର ପ୍ରଶାସନର ଆବଶ୍ୟକତା ଅନୁଯାୟୀ ବାସୁଙ୍ଗା ପାଟ ଡୋରି ଭାବରେ ପ୍ରସ୍ତୁତ କରି ମଧ୍ୟ ପ୍ରେରଣା କରାଯାଇଥାଏ। ଏହି ବାସୁଙ୍ଗା ପାଟକୁ କେବଳ ଶ୍ରୀମନ୍ଦିରର ଧାର୍ମିକ କାର୍ୟ୍ୟ ପାଇଁ ପ୍ରସ୍ତୁତ କରାଯାଉଥିବା ବେଳେ ଏହାର କୌଣସି ବାଣିଜ୍ୟିକ ବ୍ୟବହାର କରାଯାଇନଥାଏ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ