ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବୁଢି ମା ମନ୍ଦିର ପଥର କାନ୍ଥରେ ଆତଙ୍କବାଦୀ ଧମକପୂର୍ଣ୍ଣ ଲେଖାକୁ ନେଇ ପୁରୀ ଏସ୍‌ପି ପତିକ୍ରିୟା ମିଳିଛି। ଏସ୍‌ପି ପିନାକ ମିଶ୍ର କହିଛନ୍ତି ଏହି ଘଟଣାକୁ ଗୁରୁତର ସହ ନିଆଯାଇଛି । କିଏ ଏବଂ କେଉଁ ଉଦେଶ୍ୟ ନେଇ ଏହି ଧମକ ପୂର୍ଣ୍ଣ ଲେଖା ଲେଖିଛି ସେ ନେଇ ତନାଘନା ଆରମ୍ଭ କରାଯାଇଛି । ସେଇ ପରିକ୍ରମା ମାର୍ଗରେ ଥିବା ସିସି ଟିଭି ଯାଞ୍ଚ କରାଯାଉଛି ଏବଂ ସ୍ୱତନ୍ତ୍ର ଟିମ ଘଟଣାର ଅନୁଧ୍ୟାନ କରୁଛନ୍ତି । ଯିଏ ଲେଖିଛି ସ୍ୱତ୍ରନ୍ତ୍ର ଟିମ ତାକୁ ଚିହ୍ନଟ କରିଲା ପରେ ସବୁ ସ୍ପଷ୍ଟ ହେବ ।

ସେଇ କାନ୍ଥରେ ଯେଉଁ ଟେଲିଫୋନ ନମ୍ବର ଲେଖାଯାଇଛି ତାହାର ମଧ୍ୟ ଯାଞ୍ଚ ହେଉଛି । କିଛି ତଥ୍ୟ ପୁଲିସର ହସ୍ତଗତ ହୋଇଛି ବୋଲି ପୁରୀ ଏସ୍‌ପି ପିନାକ ମିଶ୍ର କହିଛନ୍ତି। ପୁରୀ ପୁଲିସ ପ୍ରଶାସନ ଶ୍ରୀମନ୍ଦିର ସୁରକ୍ଷା ନେଇ ପ୍ରାଥମିକତା ଦେଉଛି। ଫୋଟୋ ଗ୍ରାଫି ଓ ଭିଡ଼ିଓଗ୍ରାଫି କରାଯିବା ପରେ ତଦନ୍ତ ଆରମ୍ଭ ହୋଇ ଲେଖା ଗୁଡିକୁ ଲିଭାଯାଇଛି ବୋଲି ପୁରୀ ଏସପି ପିନାକ ମିଶ୍ର ପ୍ରତିକ୍ରିୟା ଦେବା ପରେ ଘଟଣା ସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ