ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ

ପୁରୀ : ଶ୍ରୀମନ୍ଦିର ସୁରକ୍ଷା,ବଡ଼ଦାଣ୍ଡ ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିଲାଗି ମୋଟ ୧୦୮୩ ପଦବି ସୃଷ୍ଟି କରାଯାଇଛି । ଏଥିରେ ବିଭିନ୍ନ ବର୍ଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ନିୟୋଜିତ କରାଯିବ । ଷ୍ଟେଟ ଆର୍ମଡ୍‌ କ୍ୟାଡରରୁ ଗୋଟିଏ କମାଣ୍ଡାଣ୍ଟ, ୨ଟି ଡେପୁଟି କମାଣ୍ଡାଣ୍ଟ, ୧୦ଟି ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ,୮ ଇନ୍ସପେକ୍ଟର, ୩୧ ସବ୍‌ ଇନ୍ସପେକ୍ଟର, ୨୪ ଆସିଷ୍ଟାଣ୍ଡ ସବ୍‌ ଇନ୍ସପେକ୍ଟର ପଦବି ପୂରଣ ହେବ ।

ସେହିଭଳି ଷ୍ଟେଟ କ୍ୟାଡର ଅଫ ସିଭିଲ ପୋଲିସରୁ ଗୋଟିଏ ସବ୍‌ ଇନ୍ସପେକ୍ଟର, ୨ଟି ଆସିଷ୍ଟାଣ୍ଡ ସବ୍‌ ଇନ୍ସପେକ୍ଟର, ଗୋଟିଏ ସବ୍‌ ଇନ୍ସପେକ୍ଟର(ଆର୍ମୋରର) , ଗୋଟିଏ ହାବିଲଦାର (ଆର୍ମୋରର), ୨ଟି ଆସିଷ୍ଟାଣ୍ଟ ଆର୍ମୋରର, ୧ସବ୍‌ଇନ୍ସପେକ୍ଟର (କମ୍ୟୁନିକେସନ) , ୪ ଆସିଷ୍ଟାଣ୍ଡ ସବ୍‌ ଇନ୍ସପେକ୍ଟର (କମ୍ୟୁନିକେସନ) ନିଯୁକ୍ତ ହେବେ । ଏହାବାଦ ରାଜ୍ୟ ପିଏମଟି କ୍ୟାଡରରୁ ଜଣେ ସବ୍‌ ଇନ୍ସପେକ୍ଟର ଏମଟି, ୯ ଡ୍ରାଇଭର ହାବିଲଦାର, ୧୮ ଡ୍ରାଇଭର ପଦବି ପୂରଣ ହେବ ।

ଏହାବାଦ ହାବିଲଦାର ୨୪୦,ବାଟାଲିଆନ କ୍ୟାଡରରୁ ସିପାହୀ ୭୨୦ ଜଣ ନିଯୁକ୍ତ ହେବେ । ଡିପିଓ କ୍ୟାଡରରୁ ମୁଖ୍ୟ କିରାଣି , ବରିଷ୍ଠ କିରାଣି ଓ ବରିଷ୍ଠ ଷ୍ଟେନୋଗ୍ରାଫର ପଦବି ପୂରଣ ହେବ । ଏହି ନିଯୁକ୍ତି ପ୍ରକ୍ରିୟା କମିଟିରେ ଅଧ୍ୟକ୍ଷ ଅତିରିକ୍ତ ପୁଲିସ ଡିଜି,ସଦସ୍ୟ ଭାବେ ଆଇଜି, ଡିଆଇଜି କେନ୍ଦ୍ରାଞ୍ଚଳ ରେଞ୍ଜ, ପୁରୀ ଏସ୍‌ପି ଓ ଡିଜିପିଙ୍କ ଦ୍ୱାରା ମନୋନୀତ ଆଇଜି, ଡିଆଇଜି,ଏସ୍‌ପି କିମ୍ବା କମାଣ୍ଡାଣ୍ଟ ର‌୍ୟାଙ୍କର ଅଧିକାରୀ ରହିବେ ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ