ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସକୁ ଅଣାଗଲା ଗର୍ଭବତୀ ମହିଳା

ଦେବଗଡ଼ :କାଦୁଅ ପଚ୍‌ପଚ୍‌ ରାସ୍ତା ଯୋଗୁଁ ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ପ୍ରାୟ ଏକ କିଲୋମିଟର ରାସ୍ତା ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସ ନିକଟରେ ପହଞ୍ଚିଲେ ଜଣେ ଗର୍ଭବତୀ ମହିଳା । ଏଭଳି ଏକ ଦୁର୍ଦ୍ଦଶାର ଚିତ୍ର ସାମ୍ନାକୁ ଆସିଛି ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଲୁଲଙ୍ଗ ପଞ୍ଚାୟତ ଅନ୍ତର୍ଗତ ବଡଝରଣ ଗାଁରୁ । ବଡଝରଣ ମୁଣ୍ଡା ସାହିର ଟୁନା ମୁଣ୍ଡାଙ୍କ ସ୍ତ୍ରୀ ସଙ୍ଗୀତା କାନ୍ଦୁଲନା ଗର୍ଭବତୀ ଥିଲେ । ଆଜି ଅପରାହ୍ନ ୨ଟା ସମୟରେ ପ୍ରସଵ ପାଇଁ ଗର୍ଭଯନ୍ତ୍ରଣା ହେବାରୁ ଡାକ୍ତରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସ ଡକାଯାଇଥିଲା । ହେଲେ କାଦୁଅ ପଚ୍‌ପଚ୍‌ ରାସ୍ତା ହୋଇଥିବାରୁ ଆମ୍ବୁଲାନ୍ସଟି ଗାଁ ଭିତରକୁ ଯାଇନପାରି ଗାଁ ମୁଣ୍ଡରେ ଠିଆ ହୋଇଥିଲା ।ଫଳରେ ଆମ୍ବୁଲାନ୍ସ କର୍ମଚାରୀ ଓ ପରିବାର ଲୋକେ ମିଶି ଗର୍ଭବତୀ ମହିଳାଙ୍କୁ ଷ୍ଟ୍ରେଚରରେ ପ୍ରାୟ ଏକ କିଲୋମିଟର ଦୂର ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ । ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଛତାବର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ‌। ଗାଁକୁ ଭଲ ରାସ୍ତା ନଥିବାରୁ ବର୍ଷାଦିନେ ଏଭଳି ସମସ୍ୟା ବାରମ୍ବାର ଦେଖାଦେଉଥିବା ଅଭିଯୋଗ ହୋଇଛି । ଜରୁରୀ ସମୟରେ ଆମ୍ବୁଲାନ୍ସ ମଧ୍ୟ ଗାଁକୁ ପହଞ୍ଚି ପାରୁନଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ତୁରନ୍ତ ରାସ୍ତା ନିର୍ମାଣ କରି ଗମନାଗମନ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି

  • Related Posts

    ଚନ୍ଦ୍ରିକା ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

    କଟକ: ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସାକ୍ଷୀମାନଙ୍କୁ…

    Continue reading
    ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଜେଲ୍‌

    ଢେଙ୍କାନାଳ:ସରକାରୀ ଅର୍ଥ ଆତ୍ମସାତ୍‌ ଓ ଦୁର୍ନୀତି ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଆଜି (୦୩.୦୯.୨୦୨୬) ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ବିଶେଷ ଭିଜିଲାନ୍ସ ଆଦାଲତ। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ହେଲେ: ନିତ୍ୟାନନ୍ଦ ମହାନ୍ତି, ଅବସରପ୍ରାପ୍ତ ଆଇ.ଏ.ଏସ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ