ସଂସଦର ମୌସୁମୀ ଅଧିବେଶନ, ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ: ସଂସଦର ମୌସୁମୀ ଅଧିବେଶନର ଦିନକ ପୂର୍ବରୁ ଅର୍ଥାତ ଜୁଲାଇ ୧୯ରେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି । ସୂଚନା ଅନୁସାରେ, ଏହି ବୈଠକ ପୂର୍ବାହ୍ନ ୧୧ଟାରେ ବସିବ । ଏଥିରେ ସରକାର ନିଜ ବିଧାୟୀ ଏଜେଣ୍ଡା ବାବଦରେ ସଭିଁଙ୍କୁ ଅବଗତ କରାଇବେ । ବିରୋଧୀ ଦଳ ସଂସଦରେ ଉଠାଇବାକୁ ଚାହୁଁଥିବା ପ୍ରସଙ୍ଗ ସାମ୍ନାରେ ରଖିବେ । ଏହି ଅଧିବେଶନରେ ସରକାରଙ୍କ ଏଜେଣ୍ଡା ବ୍ୟାପକ ରହିପାରେ ଏବଂ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପରେ ଚର୍ଚ୍ଚା ହୋଇପାରେ । ସେହିପରି ବିରୋଧୀ ମଧ୍ୟ ସରକାରଙ୍କୁ ଘେରିବା ପାଇଁ ବ୍ୟାପକ ରଣନୀତି ବନାଇଛନ୍ତି । ନିକଟରେ କିଛି ବିରୋଧୀ ଦଳରେ ଥିବା ମତଭେଦ ଏବଂ ବିଭାଜନ କାରଣରୁ ସଂସଦରେ ଜୋରଦାର ହଙ୍ଗାମା ହେବାର ସମ୍ଭାବନା ରହିଛି ।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ପରାଜୟ ପରେ ଦଳରେ ବିଦ୍ରୋହ ଦେଖାଦେଇଛି । ଦଳର ୨୦ ସାଂସଦ ନ୍ୟାସନାଲ ସିଟିଜେନ୍ସ ପାର୍ଟି ଅଫ୍ ଇଣ୍ଡିଆରେ ବିଲୟ କରିଥିବାରୁ ଏହି ସାଂସଦମାନେ ଲୋକସଭାରେ ଅଲଗା ବସିବା ଲାଗି ଦାବି କରିଛନ୍ତି । ଏଥିସହ ଦଳର ୩ ରାଜ୍ୟସଭା ସାଂସଦ ଇସ୍ତଫା ଦେଇ ବିଜେପିରେ ମିଶିଛନ୍ତି । ତେଣୁ ଅଧିବେଶନରେ ଟିଏମ୍‌ସି ସାଂସଦଙ୍କ ଉପରେ ନଜର ରହିବ ।
ସେହିପରି ଶିବସେନା (ୟୁବିଟି)ରେ ବିଭାଜନ ହୋଇଛି । ୬ ଲୋକସଭା ସାଂସଦ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱଧୀନ ଶିବସେନାରେ ସାମିଲ ହୋଇଛନ୍ତି । ଅନ୍ୟପକ୍ଷରେ ରାଜ୍ୟସଭାରେ ଆମ୍ ଆଦମୀ ପାର୍ଟିର ୭ ସାଂସଦ ପୂର୍ବରୁ ହିଁ ବିଜେପିରେ ସାମିଲ ହୋଇଛନ୍ତି ।ମୌସୁମୀ ଅଧିବେଶନରେ ବିରୋଧୀ ନିଟ୍-ୟୁଜି ପ୍ରଶ୍ନପତ୍ର ଲିକ୍, ଅପରେସନ ସିନ୍ଦୂରରେ ହୋଇଥିବା ମୃତାହତଙ୍କୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଟିପ୍ପଣୀ ପ୍ରସଙ୍ଗ ଉଠାଇପାରନ୍ତି । କଂଗ୍ରେସ ଏହି ଅଧିବେଶନରେ ରାଜନାଥଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ମଧ୍ୟ ଦେଇଛି । ପ୍ରକାଶଥାଉ କି, ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ମୌସୁମୀ ଅଧିବେଶନ ଚାଲିବ ।

  • Related Posts

    ଦୀର୍ଘ ଓ ଅଧିକ ଅର୍ଥପୂର୍ଣ୍ଣ ପଥ ବାଛିବାକୁ ‘ଜେନ୍‌ ଜି’ଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ‘ଜେନ୍‌ ଜି’ଙ୍କୁ ଶକ୍ତିଶାଳୀ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭବିଷ୍ୟତରେ ଆମକୁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପରି ଲକ୍ଷ ଲକ୍ଷ ଯୁବକଙ୍କ ଆବଶ୍ୟକତା ଅଛି। ସେ ଯୁବପିଢ଼ିଙ୍କୁ ଆହ୍ୱାନ ଦେଇ କହିଛନ୍ତି…

    Continue reading
    ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ: ଜିଲ୍ଲା ଗସ୍ତରେ ଯିବେ ନବୀନ

    ଭୁବନେଶ୍ବର: ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ଏବେଠାରୁ ଅଣ୍ଟା ଭିଡ଼ିଛି ବିଜୁ ଜନତା ଦଳ । ୨୦୨୪ ସାଧାରଣ ନିର୍ବାଚନରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଥିବା ବେଳେ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ବିଜେଡି ପାଇଁ ଅତ୍ୟନ୍ତ ଗୁରୁତ୍ୱ ବହନ କରୁଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ