ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲ: ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସପିଂ ମଲ୍‌ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ଖୋଲାଯିବ ଏହି ସେଣ୍ଟର । ସରକାରୀ ଅଫିସ, ଓ ଅଭିଯୋଗ ଶୁଣାଣି ସ୍ଥାନରେ ମଧ୍ୟ ଖୋଲାଯିବ ସେଣ୍ଟର ।ବିଶ୍ଵ ସ୍ତନ୍ୟପାନ ସପ୍ତାହ ଉପଲକ୍ଷେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଦୁଇଟି ୱେବ୍‌ସାଇଟ୍ ଲଞ୍ଚ ହୋଇଛି । ସେହିଭଳି ମହିଳା ସମାଜକଲ୍ୟାଣ ବୋର୍ଡରେ ସମାଜସେବୀ ଯୋଡ଼ି ହେବା ପାଇଁ ଲୋକକଲ୍ୟାଣ ଆପ୍ ଉନ୍ମୋଚନ କରାଯାଇଛି । ଏହି ଅବସରରେ ମହିଳା କମିଶନର ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ରାଜ୍ୟର ପ୍ରଥମ ସେଣ୍ଟର ଭାବେ ଖୋଲାଯାଇଛି । ସାରା ରାଜ୍ୟରେ ସର୍ବସାଧାରଣ ସ୍ଥାନ ଗୁଡିକରେ ଏହି ସେଣ୍ଟର ଖୋଲାଯିବ । ଯେପରିକି ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର ଭଳି ସର୍ବସାଧାରଣ ସ୍ଥାନରେ ସେଣ୍ଟର ଖୋଲାଯିବ । ଏହାସହ ରେଳ ଷ୍ଟେସନରେ ଜଣେ ମହିଳା ଆଟେଣ୍ଡାଣ୍ଟ ରହିବେ । ବ୍ରେଷ୍ଟ ଫିଡ଼ିଂ ଦ୍ଵାରା ବ୍ରେଷ୍ଟ କ୍ୟାନସର, ଟାଇପ୍ ୨ ଡାଇବେଟିସ୍ ଭଳି ରୋଗ ମା’କୁ ହେବନି ଓ ପିଲାଟି ମଧ୍ୟ ଅପପୁଷ୍ଟିର ଶିକାର ହେବନି । ଏହାସହ ଆଗକୁ ସରକାରୀ ଅଫିସ୍ ଓ ଅଭିଯୋଗ ଶୁଣାଣି ସ୍ଥାନରେ ଏହି ସେଣ୍ଟର ଖୋଲାଯିବ ।
ସପିଂ ମଲ୍ ଯେଉଁଗୁଡିକରେ ମହିଳା ଗ୍ରାହକ ୭୫ ପ୍ରତିଶତରୁ ଅଧିକ ସେମାନେ ମହିଳା ମାନଙ୍କ ପାଇଁ ଶୌଚାଳୟ ଓ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ନିହାତି କରିବା କଥା । ଏହା ନହେଲେ ମହିଳାଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପଡ଼ିବ । ପିଇବା ପାଇଁ ପାଣି, ଶୌଚାଳୟ ଓ ବ୍ରେଷ୍ଟ ଫିଡ଼ିଂ ବ୍ୟବସ୍ଥା ନ ହେବେ ଆଗକୁ ତା ପାଇଁ ବ୍ୟବସ୍ଥା ସରକାର କରିବେ । ନାଲି ଆଖି ନୁହେଁ ସରକାର ସହଯୋଗ ମାଗନ୍ତି । ତେଣୁ ବ୍ୟବସାୟିକ ଅନୁଷ୍ଠାନ ଗୁଡ଼ିକୁ ନିଜ ଗ୍ରାହକଙ୍କ ପାଇଁ ଛୋଟ କୋଠରୀର ବ୍ୟବସ୍ଥା କରିବାକୁ ଉପ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ତେଜସ୍ବୀଙ୍କୁ ଇସିଙ୍କ ନିର୍ଦେଶ; ୧୬ ସୁଦ୍ଧା ନକଲି ଭୋଟର କାର୍ଡ ଦାଖଲ କର

    ଇସି ତାଲିକାରୁ ୩୩୪ ଦଳ ବାଦ୍‌

    ଇସି ତାଲିକାରୁ ୩୩୪ ଦଳ ବାଦ୍‌

    ବଳଙ୍ଗାରେ ଆଜି କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା

    ବଳଙ୍ଗାରେ ଆଜି କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ନୃଶଂସ ପୁଅ : ମାଆକୁ ତଣ୍ଟି ଚିପି ମାରିଦେଲା

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ