ଭୁବନେଶ୍ୱର, ତା ୩୧/୧୦/୨୦୨୫: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଆଜି ସମବାୟ ବିଭାଗ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ଯୋଗ ଦେଇ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ରାଷ୍ଟ୍ରୀୟ ଏକତା ଦିବସର ଶପଥ ପାଠ କରାଇଥିଲେ । ଏହି ଅବସରରେ ବିଭାଗୀୟ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ରାଷ୍ଟ୍ରୀୟ ଏକତାକୁ ଅକ୍ଷୁର୍ଣ୍ଣ ରଖିବାକୁ ସମସ୍ତଙ୍କୁ ଆହ୍ଵାନ କରିଥିଲେ ।
ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା
ରାଇକିଆ: ଭାରତ ସରକାରଙ୍କ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅବସରରେ ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପକ୍ଷରୁ ବୁଧବାର ଏକ ଭବ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ହାତରେ ଜାତୀୟ ପତାକା ଧରି ଦେଶାତ୍ମବୋଧକ ସ୍ଲୋଗାନ ଦେଇ ରାଇକିଆ ସହର…




