ସମ୍ବିଧାନ ବିତର୍କରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଗୋଟିଏ ବିତର୍କ ଲୋକସଭାରେ ହେବ। ଆସନ୍ତା ୧୩ ଓ ୧୪ ଦୁଇ ଦିନ ଧରି ବିଭିନ୍ନ ଦଳର ସଦସ୍ୟ ସମ୍ବିଧାନ ଉପରେ ହେବାକୁ ଥିବା ବିତର୍କରେ ଭାଗ ନେଇ ନିଜର ମତ ରଖିବେ।
ସବୁ ସଦସ୍ୟ ମତ ରଖି ସାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପକ୍ଷ ରଖିବେ। ସେ ଡିସେମ୍ବର ୧୪ରେ ସମ୍ବିଧାନ ବିତର୍କରେ ଭାଗ ନେଇ ଜବାବ ରଖିବେ ବୋଲି ଜଣାପଡ଼ିଛି।
ସମ୍ବିଧାନ ଉପରେ ବିତର୍କ ୧୩ ଓ ୧୪ ଦୁଇ ଦିନ ଧରି ଲୋକସଭାରେ ଓ ଡିସେମ୍ବର ୧୬ ଓ ୧୭ରେ ରାଜ୍ୟସଭାରେ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ମୋଦି ଲୋକସଭାରେ ମତ ରଖିବାକୁ ଯାଉଥିବା ବେଳେ ରାଜ୍ୟସଭାରେ ବିତର୍କର ନେତୃତ୍ୱ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନେବେ। ସେ ଡିସେମ୍ବର ୧୬ରେ ରାଜ୍ୟସଭାରେ ନିଜର ପକ୍ଷ ରଖିବେ।

ନଭେମ୍ବର ୨୫ ତାରିଖରୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା। ତେବେ ସମ୍ବିଧାନକୁ ନେଇ ବିତର୍କ ଦାବିରେ ବାରମ୍ବାର ହଟ୍ଟଗୋଳ ଓ ଗୃହ ମୁଲତବୀ ହୋଇଥିଲା। ଯାହାକୁ ନେଇ ଡିସେମ୍ବର ୨ରେ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି ଓମ୍ ବିର୍ଲା। ଏହି ବୈଠକରେ ସମ୍ବିଧାନ ଉପରେ ବିତର୍କ ପାଇଁ ସବୁ ଦଳର ସଦସ୍ୟ ସହମତି ପ୍ରକାଶ କରିଥିଲେ।

  • Related Posts

    ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମାମଲାରେ ସର୍ବୋଚ୍ଚ ଅଦାଲତଙ୍କ ସ୍ଥଗିତାଦେଶ

    ନୂଆଦିଲ୍ଲୀ: ଭାରତୀୟ ସେନାର ମାନହାନି କଲା ଭଳି ମନ୍ତବ୍ୟ ନେଇ ରାହୁଲଙ୍କ ବିରୋଧରେ ଚାଲିଥିବା ମାମଲା ଉପରେ ସର୍ବୋଚ୍ଚ ଅଦାଲତ ସ୍ଥଗିତାଦେଶ ଦେଇଛନ୍ତି, କିନ୍ତୁ ଏଭଳି ଟିପ୍ପଣୀ ଦେଇଥିବାରୁ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା କରିଛନ୍ତି ।…

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ଭୁବନେଶ୍ବର: ନାଇଟ୍ ସିଫ୍ଟ କରିବେ ମହିଳା କର୍ମଚାରୀ । ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ କହିଛନ୍ତି, ସେଲ୍ଫ ଡିକ୍ଲାରେସନ ଦେଇ ମହିଳା କାର୍ୟ୍ୟ କରିବେ…

    Leave a Reply

    Your email address will not be published. Required fields are marked *

    You Missed

    ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମାମଲାରେ ସର୍ବୋଚ୍ଚ ଅଦାଲତଙ୍କ ସ୍ଥଗିତାଦେଶ

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ମହିଳାଙ୍କ ନାଇଟ୍ ସିଫ୍ଟ ପ୍ରସଙ୍ଗରେ ଏହା କହିଲେ ପ୍ରମିଳା ମଲ୍ଲିକ

    ପୀଡ଼ିତାଙ୍କୁ ରକ୍ଷା କରିଥିବା ସହପାଠୀମାନଙ୍କୁ ଦାୟୀ କରିବା ଏକ ରାଜନୈତିକ ଷଡ଼ଯନ୍ତ୍ର:ଏବିଭିପି

    ପୀଡ଼ିତାଙ୍କୁ ରକ୍ଷା କରିଥିବା ସହପାଠୀମାନଙ୍କୁ ଦାୟୀ କରିବା ଏକ ରାଜନୈତିକ ଷଡ଼ଯନ୍ତ୍ର:ଏବିଭିପି

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ଅନ୍ତିମ ଟେଷ୍ଟ: ୬ ରନରେ ମ୍ୟାଚ୍‌ ଜିତିଲା ଭାରତ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରସଙ୍ଗରେ ଏହା କହିଲେ ରାଜସ୍ୱ ମନ୍ତ୍ରୀ

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା

    ଶହେଥର ଇସ୍ତଫା ଦେବାକୁ ପ୍ରସ୍ତୁତ: ପ୍ରଭାତୀ ପରିଡ଼ା