ସମ୍ ହସ୍ପିଟାଲ୍ ଏବଂ ଆଇଏସ୍ଓପିଏଆର୍ବି ପକ୍ଷରୁ ସିଏମ୍ଇ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ର ସ୍ତ୍ରୀ ଓ ପ୍ରସୂତି ବିଭାଗ ଏବଂ ଇଣ୍ଡିଆନ୍ ସୋସାଇଟି ଅଫ୍ ପେରିନାଟୋଲଜି ଆଣ୍ଡ ରିପ୍ରଡକ୍ଟିଭ ବାୟୋଲଜି (ଆଇଏସ୍ଓପିଏଆରବି) ଭୁବନେଶ୍ୱର ଚାପ୍ଟରର ମିଳିତ ଉଦ୍ୟମରେ “ଗର୍ଭ ଧାରଣ ସମୟରେ ଅଧିକ ବିପଦ”ପ୍ରସଙ୍ଗକୁ ନେଇ ଶନିବାର ଏକ ସିଏମ୍ଇ କାର୍ଯ୍ୟକ୍ରମ ସୋଆ କ୍ୟାମ୍ପସ୍ ୨ରେ ଆୟୋଜିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଶିଶୁ ଏବଂ ମାତୃ ମୃତୁ୍ୟହାରକୁ କିପରି ରୋକା ଯାଇପାରିବ ଓ ପ୍ରସୂତି ସମୟରେ ମା’ ଏବଂ ଶିଶୁର କିପରି ଯତ୍ନ ନିଆଯାଇପାରିବ ସେ ନେଇ ଗୁରୁତ୍ୱାରୋପ କରିଥିଲେ ।
ସେହିପରି ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ସମ୍ ହସ୍ପିଟାଲ୍ରେ ହାଇ-ରିସ୍କ ପ୍ରେଗ୍ନେନ୍ସିର ସମସ୍ତ ଚିକିତ୍ସା ଉପଲବ୍ଧ ଅଟେ ।
ଏଭଳି ସିଏମ୍ଇ ମାଧ୍ୟମରେ ପିଜି ଛାତ୍ରଛାତ୍ରୀ ଓ ଡାକ୍ତରମାନେ ଉପକୃତ ହେବା ସହିତ ଏକ ପ୍ରସୂତି ମହିଳାର ଗର୍ଭାବସ୍ଥା ସମୟରେ ଉପଜୁଥିବା ବିଭିନ୍ନ ସମସ୍ୟାଗୁଡ଼ିକ ବିଷୟରେ ଅବଗତ ହୋଇପାରିବେ ବୋଲି ପ୍ରଫେସର ସାମନ୍ତସିଂହାର କହିଥିଲେ ।
ଏହି କାର୍ଯ୍ୟକ୍ରମରେ କୋଲକାତାର ବିଶିଷ୍ଟ ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ପ୍ରଫେସର ଡାକ୍ତର କୁଶଗ୍ରଧି ଘୋଷ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଏଭଳି ସିଏମ୍ଇ କାର୍ଯ୍ୟକ୍ରମକୁ ନେଇ ପ୍ରଶଂସା କରିଥିଲେ ଏବଂ ଏହା ଦ୍ୱାରା ଛାତ୍ରଛାତୀ୍ର, ଡାକ୍ତର ଏବଂ ନର୍ସମାନେ ବିଶେଷ ଉପକୃତ ହେବେ ବୋଲି ମତ ରଖିଥିଲେ ।
ଏହି କାର୍ଯ୍ୟକ୍ରମରେ ଆଇଏସ୍ଓପିଏଆରବି ଭୁବନେଶ୍ୱର ସଭାପତି ପ୍ରଫେସର ସଂଯୁକ୍ତା ମହାପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବାବେଳେ ସମ୍ ହସ୍ପିଟାଲ୍ର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ମନୀଷା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ଆଇଏସ୍ଓପିଏଆରବିର ଉପସଭାପତି ତଥା ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ତଥା ପ୍ରଫେସର(ଡାକ୍ତର) ବସନ୍ତ କୁମାର ପତି, ଫୁଲନଖରା ସ୍ଥିତ ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ର ସ୍ତ୍ରୀ ଓ ପ୍ରସୂତି ବିଭାଗର ପ୍ରଫେସର (ଡାକ୍ତର) ତାପସୀ ପତି, ଆଇଏସ୍ଓପିଏଆରବି ଭୁବନେଶ୍ୱର ଚାପ୍ଟରର ଅର୍ଗାନାଇଜିଂ ସେକ୍ରେଟାରୀ ଡାକ୍ତର ପି.ସୁଜାତା ଓ ଜଏଂଟ ଅର୍ଗାନାଇଜିଂ ସେକ୍ରେଟାରୀ ଡାକ୍ତର ଅସିତ୍ କୁମାର ଜେନା ଏବଂ ଏହି ବିଭାଗର ସମସ୍ତ ଡାକ୍ତର, ଫ୍ୟାକ୍ଲ୍ଟି ଓ ପିଜି ଛାତ୍ରଛାତ୍ରୀମାନେ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି କାର୍ଯ୍ୟକ୍ରମରେ ପିଜି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ହୋଇଥିବାବେଳେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Related Posts

ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

Continue reading
ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ