ସମ ହସ୍ପିଟାଲରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି ।
ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ ସାରା ଦେଶରୁ ପ୍ରାୟ ୭୭ ଜଣ ମହିଳା ଫିଜିଓଥେରାପିଷ୍ଟ ଯୋଗ ଦେଇଥିବା ବେଳେ ଅହମ୍ମଦାବାଦର ବିଶିଷ୍ଟ ଫିଜିଓଥେରାପି ବିଶେଷଜ୍ଞ ଡାକ୍ତର ଧାରା ଶାହ କର୍ମଶାଳାର ପ୍ରସଙ୍ଗକୁ ନେଇ ତଥ୍ୟ ପ୍ରଦାନ କରିଥିଲେ ।
ଶରୀରରେ ପେଲଭିକ ଫ୍ଲୋର ମାଂସପେଶୀ ଖୁବ ଗୁରୁତ୍ୱପୂର୍ଣ୍ଣ । କାରଣ ଏହା ମୂତ୍ରାଶୟ, ଗର୍ଭାଶୟ, ଗର୍ଭାଶୟ ନଳୀ, ଡିମ୍ବାଶୟ, ମୂତ୍ରନଳୀ, ମଳାଶୟ, ମଳାଶୟ ନଳୀ, ଡିମ୍ବକୋଷ ତଥା ମଳତ୍ୟାଗ ଓ ମୂତ୍ର୍ରାଶୟର ନିୟନ୍ତ୍ରଣ କାର୍ଯ୍ୟରେ ସହଯୋଗ କରିଥାଏ ।
କର୍ମଶାଳାରେ ପରିସ୍ରା ଏବଂ ମଳ କ୍ଷରଣ ଏବଂ କୋଷ୍ଟକାଠିନ୍ୟ, ଯୌନ କାର୍ଯ୍ୟରେ ଅନିୟମିତତା ଭଳି ବିଷୟ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ।
ସମ୍ ହସ୍ପିଟାଲ୍‌ର ଫିଜିଓଥେରାପି ବିଭାଗ ପ୍ରଥମ ଥର ପାଇଁ ଏକ ଇଂଟିମେଟ ହେଲ୍‌ଥ ଚେକ୍‌ଅପ୍ କ୍ଲିନିକ୍ ଆରମ୍ଭ କରିବାର ଯୋଜନା କରୁଥିବା ହସ୍ପିଟାଲ୍ କର୍ତୃପକ୍ଷ ସୂଚନା ଦେଇଛନ୍ତି ।
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ରାଜ୍ୟର ପ୍ରଥମ ଥର ପାଇଁ ମହିଳା ଫିଜିଓଥେରାପିଙ୍କୁ ନେଇ ଏଭଳି କର୍ମଶାଳା ଆୟୋଜନ କରାଯାଇଥିଲା ।

Related Posts

ଜେନ୍‌-ଜିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ; ବାହ୍ୟଶକ୍ତିରୁ ଦୂରେଇ ରୁହ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଆୟୋଜିତ ହେଉଛି ଘରେ ଘରେ ତ୍ରିରଙ୍ଗା ଅଭିଯାନ। ଆଜି ଠାରୁ ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ତ୍ରିରଙ୍ଗା ଅଭିଯାନ। ରାଜଧାନୀ ଭୁବନେଶ୍ୱର ଠାରୁ ଆରମ୍ଭ କରି ବ୍ଲକ ଓ ପଞ୍ଚାୟତ ସ୍ତର ଯାଏଁ “ଘରେ ଘରେ…

Continue reading
ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି

ଭୁବନେଶ୍ବର : ପାର୍ବଣ ପୂର୍ବରୁ ଚିନି ଦର ଗ୍ରାହକଙ୍କ ଚିନ୍ତା ବଢ଼ାଇଲାଣି। ଗତ ମାସକ ମଧ୍ୟରେ ଚିନି ଦର କ୍ବିଣ୍ଟାଲ ପିଛା ପ୍ରାୟ ୫୦୦ରୁ ୭୦୦ ଟଙ୍କା ପର୍ଯ୍ୟନ୍ତ ବଢ଼ିଗଲାଣି । ଦିଲ୍ଲୀରେ କିଲୋଗ୍ରାମ ପିଛା ଚିନି ଦର ୪୯ ଟଙ୍କାରେ,…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ