ସରକାର ବାହାଦୁରି ନେବା ପାଇଁ ବହୁତ ବ୍ୟଗ୍ର ଅଛନ୍ତି: ବିଜେଡି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟର ପଦ୍ମ ପୁରସ୍କାର ବିଜେତା ମାନଙ୍କୁ ମାସିକ ୩୦,୦୦୦ ଟଙ୍କା ଆର୍ଥିକ ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ଗତକାଲି କରାଯାଇଥିବା ଘୋଷଣାରେ କିଛି ନୂତନତ୍ୱ ନାହିଁ ଓ ଏହା ନବୀନ ସରକାରଙ୍କ ସମୟରେ ଘୋଷିତ ହୋଇଥିଲା ବୋଲି ବିଜୁ ଜନତା ଦଳ ତରଫରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ଃ ଲେନିନ ମହାନ୍ତି କହିଛନ୍ତି। ଡ଼ଃ ମହାନ୍ତି କହିଥିଲେ, ୧୩ ମାର୍ଚ୍ଚ ୨୦୨୪ରେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଜାରି ହୋଇଥିବା ବିବୃତିରେ କୁହା ଯାଇଥିଲା ପଦ୍ମ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ । ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ଵିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ୟ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି ।

ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ୱରୂପ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ ସମ୍ମାନ ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଥିବା ଘୋଷଣା ହୋଇଥିଲା। ଚଳିତ ବର୍ଷ ଅପ୍ରେଲ ମାସ ଠାରୁ ଏହି ସମ୍ମାନ ରାଶି ପ୍ରଦାନ କରାଯିବ ବୋଲି ବିବୃତିରେ କୁହାଯାଇଥିଲା। ଆଜି ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଇଥିବା ଘୋଷଣା କେବଳ ପୂର୍ବ ସରକାରଙ୍କ ଦ୍ୱାରା ଘୋଷିତ ହୋଇଥିବା ପରିମାଣରେ ୫,୦୦୦ ଟଙ୍କା ବୃଦ୍ଧି କରାଯାଇଛି। ଏହି ଘୋଷଣା କରିବା ସମୟରେ ପୂର୍ବ ସରକାରଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଜାଣିଶୁଣି ଉଲ୍ଲେଖ କରାଯାଇନାହିଁ, ଯାହା ଏକ ଚଞ୍ଚକତା ଠାରୁ କମ ନୁହେଁ। ଏଥିରୁ ସ୍ପଷ୍ଟ ହେଉଛି ଯେ, ସରକାର ବାହାଦୁରି ନେବା ପାଇଁ ବହୁତ ବ୍ୟଗ୍ର ଅଛନ୍ତି। ତେଣୁ, ପୂର୍ବ ସରକାରଙ୍କ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ନିଜର କହି ବାହାଦୁରି ନେବାକୁ ଅପଚେଷ୍ଟା କରୁଛନ୍ତି ବୋଲି ଶ୍ରୀ ମହାନ୍ତି କହିଥିଲେ। ନିଜେ ନିଷ୍ପତ୍ତି ନେଇ ବାହାଦୁରି ନେବାରେ କିଛି ଅସୁବିଧା ନାହିଁ କିନ୍ତୁ, ପୂର୍ଵ ସରକାରଙ୍କ କାମକୁ ନିଜର କହି ବାହାଦୁରି ନେବା ରାଜ୍ୟବାସୀଙ୍କୁ ଭଣ୍ଡାଇବା ସଦୃଶ୍ୟ।
ପୂର୍ବ ସରକାରଙ୍କ ବିଭିନ୍ନ ଯୋଜନାର ନାମ ଓ ରଙ୍ଗ ପରିବର୍ତ୍ତନ କରୁଥିବା ବର୍ତ୍ତମାନର ସରକାର କେବଳ ଏହି ପ୍ରସଙ୍ଗରେ ନୁହେଁ, ବରଂ ଏଭଳି ଅନେକ ପୂର୍ବ ସରକାରଙ୍କ ଦ୍ୱାରା ଘୋଷିତ ହୋଇଥିବା ନିଷ୍ପତ୍ତିକୁ ପୁଣି ଥରେ ଘୋଷଣା କରୁଛନ୍ତି। ନିକଟରେ ମହିଳା କର୍ମଚାରୀ ମାନଙ୍କ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷିତ ହୋଇଥିବା ବର୍ଷକୁ ୧୦ ଦିନର ବିଶେଷ ଛୁଟିକୁ ବର୍ତ୍ତମାନର ସରକାର ବର୍ଷକୁ ବାର ଦିନ ଛୁଟିର ଘୋଷଣା କରିଛନ୍ତି। ସେହିପରି, ୩୪ଟି ନୂତନ ଏନଏସି ଓ ୫ଟି ଏନଏସି କୁ ମୁନିସିପାଲିଟି କରିବା ପାଇଁ ପୂର୍ବ ସରକାରଙ୍କ ଦ୍ୱାରା ଘୋଷିତ ହୋଇଥିଲା। ନିକଟରେ ପୁଣି ଥରେ ସମାନ ଘୋଷଣା ନୂତନ ଭାବେ କରାଯାଇଛି ବୋଲି ଡ଼ଃ ମହାନ୍ତି କହିଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ