ସରକାର ସକ୍ଷମ ହୁଅନ୍ତୁ ନହେଲେ ଇସ୍ତଫା ଦିଅନ୍ତୁ:ଅରୁଣ

ଭୁବନେଶ୍ଵର : ବାଲିଅନ୍ତା ବର୍ବରତା ନେଇ ରାଜନୀତି ସରଗରମ। ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଜେଡି ବିଧାୟକ ଅରୁଣ ସାହୁ। କହିଲେ ଆମେ ଯାହା ରିଲ୍ ରେ ଦେଖୁଥିଲୁ ଏବେ ରିଅଲ୍ ରେ ଦେଖୁଛୁ। ସରକାର ସକ୍ଷମ ହୁଅନ୍ତୁ ନହେଲେ ଇସ୍ତଫା ଦିଅନ୍ତୁ। ନିର୍ବାଚନ ବେଳେ ବିଜେପି ନେତା କହିଲେ ଓଡ଼ିଶା ଏକ ନମ୍ବର ହେବ। ଓଡ଼ିଶା ଏବେ ଅପରାଧ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ନମ୍ବର ୱାନ ହୋଇଛି। ହତ୍ୟା, ଦୁଷ୍କର୍ମ, କିଡନାପରେ ଓଡ଼ିଶା ୧ ନମ୍ବର ହୋଇଛି। ହିଞ୍ଜିଳି, କଣାସ, ଢେଙ୍କାନାଳ ଦୁଷ୍କର୍ମ ଘଟଣା ପରେ ବାଲିଅନ୍ତା ଘଟଣା ମର୍ମନ୍ତୁଦ। ଦୃଶ୍ୟ ଛାତି ଥରାଇ ଦେଲା ଭଳି। ସବୁ ଘଟଣାରେ କ୍ରାଇମ ହେଉଛି ଆଉ ତାର ଭିଡିଓ ମଧ୍ୟ ରେକର୍ଡିଂ ହେଉଛି। ଓଡ଼ିଶା କ’ଣ ୟୁପି ନା ବିହାର ହେଇଗଲା ବୋଲି ପ୍ରଶ୍ନ କରିଛନ୍ତି ଅରୁଣ।

ବିଧାୟକ ପୁଣି କହିଛନ୍ତି ଯେ, ପୁଲିସ ଉପସ୍ଥିତିରେ ହତ୍ୟା ହେଉଛି। ପୁଲିସକୁ ଜଣାଇକି ବି ହତ୍ୟା ହେଉଛି। ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ନେଇ ସରକାର ନା ସମ୍ବେଦନଶୀଳତା ପ୍ରକାଶ କରୁଛନ୍ତି ନା ଗୁରୁତ୍ୱ ଦେଇ ସମୀକ୍ଷା କରୁଛନ୍ତି। ରାଜ୍ୟକୁ କେବଳ ଜଗନ୍ନାଥ ଭରସା। ନିର୍ବାଚନ ଜିତି ଖୁସି ମନାଉଛନ୍ତି ସରକାର। ଅସୁରକ୍ଷିତ ରାଜ୍ୟରେ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ। ରାଜ୍ୟ ସରକାର ଇସ୍ତଫା ଦିଅନ୍ତୁ। ସରକାର ଆସହାୟ… ସାଧାରଣ ଲୋକ କ’ଣ କରିବେ। ସରକାର ସକ୍ଷମ ହୁଅନ୍ତୁ ନହେଲେ ଇସ୍ତଫା ଦିଅନ୍ତୁ।

  • Related Posts

    ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

    ବରଗଡ଼: ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ…

    Continue reading
    ଆଦିବାସୀଙ୍କ ଐତିହ୍ୟ ସୁରକ୍ଷା ଓ ଆଦିବାସୀଙ୍କ କଲ୍ୟାଣ ପାଇଁ ବିଜେଡି ସଂକଳ୍ପବଦ୍ଧ

    ଶଙ୍ଖ ଭବନରେ ପାଳିତ ହେବ ବିଶ୍ୱ ଆଦିବାସୀ ଦିବସ ଯୋଗଦେବେ ନବୀନ ପଟ୍ଟନାୟକ ଭୁବନେଶ୍ୱର,: ବିଶ୍ୱ ଆଦିବାସୀ ଦିବସ ଓ ମହାନ କ୍ରାନ୍ତି ଦିବସ ବିଜୁ ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ଅଗଷ୍ଟ ୯ ତାରିଖରେ ରବିବାର ଦିନ ପାଳିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ