ସର୍ବସାଧାରଣ ସ୍ଥାନରୁ ବୁଲା କୁକୁର ହଟାଇବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିନକୁ ଦିନ ବୁଲା କୁକୁରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି । ରାସ୍ତାଘାଟରେ ଚଳପ୍ରଚଳ କରୁଥିବା ବ୍ୟକ୍ତିବିଶେଷ ବା ଗାଡିଚାଳକମାନଙ୍କ ସୁରକ୍ଷାକୁ ସବୁବେଳେ ବିଦପରେ ପକାଉଥିବା ବୁଲା କୁକୁରମାନଙ୍କ ବଢ଼ୁଥିବା ସଂଖ୍ୟାକୁ ବିଚାର କରି ମାନ୍ୟବର ସୁପ୍ରିମ୍‌କୋର୍ଟ ଦିଲ୍ଲୀ-ଏନସିଆରର ସମସ୍ତ ବୁଲା କୁକୁରଙ୍କୁ ୮ ସପ୍ତାହ ମଧ୍ୟରେ ଡଗ୍‌ ସେଲଟରକୁ ପଠାଇବାକୁ କଡା ନିର୍ଦ୍ଦେଶ ଦେଇଛନ୍ତି । କୁକୁର କାମୁଡା ଯୋଗୁ ଜଳାନ୍ତକ ରୋଗ ବଢ଼ିବାରେ ଲାଗିଛି । ତେବେ ବୁଲା କୁକୁର ରଖିବାକୁ ରାଜଧାନୀରେ କୌଣସି ନିର୍ଦ୍ଦିଷ୍ଟ ସ୍ଥାନ ଉପଲବ୍ଧ ହେଉନଥିôବାରୁ ଏଗୁଡିକୁ ଧରି ତୁରନ୍ତ ବନ୍ଧ୍ୟାକରଣ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତୁରନ୍ତ ବୁଲା କୁକୁର ପାଇଁ ସ୍ଥାୟୀ ଆଶ୍ରୟସ୍ଥଳୀ ନିର୍ମାଣ କରି ଦିଲ୍ଲୀ ଓ ଏନସିଆରର ଅଞ୍ଚଳକୁ ବୁଲାକୁକୁର ମୁକ୍ତ କରିବାକୁ ପୌରପାଳିକା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ କଡା ଆଭିମୁଖ୍ୟ ପୋଷଣ କରି ନିର୍ଦ୍ଦେଶରେ କୌଣସି ବୁଝାମଣା ନ କରି ତୁରନ୍ତ ଏହାକୁ ଲାଗୁ କରିବାକୁ ସୁପ୍ରିମ୍‌କୋର୍ଟ ଆଦେଶ ଦେଇଛନ୍ତି ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ