ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଛି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡ଼ିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି ।’

ସେପଟେ ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ‘ସର୍ବୋତ୍ତମ ଚିକିତ୍ସା ପାଇଁ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏହି ଘଟଣାରେ ତ୍ବରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି । ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।‘

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ