ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଛି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭୁବନେଶ୍ବର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ‘ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡ଼ିତାଙ୍କର ସର୍ବୋତ୍ତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି ।’

ସେପଟେ ସର୍ବୋତ୍ତମ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଏୟାରଲିଫ୍ଟ କରାଯାଇଥିବା ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲେଖିଛନ୍ତି, ‘ସର୍ବୋତ୍ତମ ଚିକିତ୍ସା ପାଇଁ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି । ଏହି ଘଟଣାରେ ତ୍ବରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି । ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ।‘

  • Garvita Odia

    Related Posts

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଭୁବନେଶ୍ୱର: ଏଫ୍‌ଏମ୍‌ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢ଼ାଳି ପୋଡ଼ିହେବାର ସପ୍ତାହେ ପରେ ପୁଣି ଘଟିଲା ବଳଙ୍ଗା ନାବାଳିକା ପୋଡ଼ି ମାମଲା ଯାହାକୁ ନେଇ ଖୋଲାରେ ପେଟ୍ରୋଲ୍‌ ବିକ୍ରିକୁ ନେଇ ଚିନ୍ତାରେ ପଡ଼ିଛନ୍ତି ରାଜ୍ୟ ସରକାର । ଆଗାମୀ ଦିନରେ…

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଭୁବନେଶ୍ୱର: ଖୋଲିଲା ୪୬ ମିଶ୍ରଣ ସ୍କୁଲ। ପୂର୍ବରୁ ମିଶ୍ରଣ ହୋଇଥିବା ୪୬ ସ୍କୁଲ ଖୋଲିଛି । ଆଗକୁ ଆଉ ୪ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି । ୪୬ ସ୍କୁଲ ମଧ୍ୟରୁ ଢେଙ୍କାନାଳ ରେ ସର୍ବାଧିକ ୨୨ ଟି ଥିବା ବେଳେ…

    Leave a Reply

    Your email address will not be published. Required fields are marked *

    You Missed

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ସନ୍ଧ୍ୟା ୫ଟାରେ ‘ଖୋଲା ପେଟ୍ରୋଲ’ ବିକ୍ରି ବୈଠକ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଖୋଲିଲା ୪୬ ମିଶ୍ରଣ ସ୍କୁଲ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ଆଜିଠୁ ସଂସଦର ମୌସୁମୀ ଅଧିବେଶନ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲା, ୧୧ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

    ଉଦିତ ପ୍ରଧାନ ଗିରଫ ଘଟଣା: କଂଗ୍ରେସ କମିଟି ଗଠନ

    ଉଦିତ ପ୍ରଧାନ ଗିରଫ  ଘଟଣା: କଂଗ୍ରେସ କମିଟି ଗଠନ

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର

    ଗାଧୋଇବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର