ସାଙ୍ଗକୁ ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଲେ ସାଙ୍ଗ

ବୋରିଗୁମ୍ମା: ରାତିରେ ଭୋଜି କରିବା ପରେ ସକାଳୁ ସାଙ୍ଗକୁ ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଲେ ସାଙ୍ଗ । ମୃତ ଯୁବକ ଜଣକ ବୋରିଗୁମ୍ମା ନକୁଳଗୁଡା ଗ୍ରାମର ଜଗନ୍ନାଥ ମାଝୀ (୨୮) ବୋଲି ଜଣାପଡ଼ିଛି । ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ନୂଆ ବର୍ଷରେ ସାଙ୍ଗ ସାଥି ସହ ଦିନରେ ଜଗନ୍ନାଥ ଭୋଜି କରି ଖାଇଥିଲେ । ପୁଣି ରାତିରେ ଜଗନ୍ନାଥ ନିଜ ସାଙ୍ଗ ସାଥି ସହ ନିଜ ଘର ପଛପଟେ ଏକ ପରିବା ବଗିଚାରେ ରାତିରେ ଭୋଜିର ଆୟୋଜନ କରିଥିଲେ । ରାତିରେ ଭୋଜି ଖାଇ ଆଉ ଘରକୁ ଫେରି ନଥିଲେ ଜଗନ୍ନାଥ। ସକାଳୁ ଜଗନ୍ନାଥଙ୍କ ମାଆ ତାଙ୍କୁ ଘରେ ନ ପାଇ ଖୋଜାଖୋଜି କରିଥିଲେ । ଖୋଜାଖୋଜି କରିବା ପରେ ଘର ପଛପଟେ ପରିବା କିଆରିରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଗନ୍ନାଥଙ୍କ ମୃତଦେହ ପଡ଼ି ଥିବାର ଦେଇଥିଲେ ମାଆ । ଏହା ଦେଖି ଜଗନ୍ନାଥଙ୍କ ମାଆ ଗାଁ ଲୋକଙ୍କୁ ଖବର ଦେଇ ପୋଲିସକୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଖବର ପାଇ ବିସିଂପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଆରମ୍ଭ କରୁଛି । ସାଇଣ୍ଟିଫିକ ଟିମ ଆସିବା ପରେ ଅଧିକ ତଦନ୍ତ ହେବ ବୋଲି ସୂଚନା ମିଳିଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ