ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ ନିର୍ବାଚନ ହେବ ବୋଲି ସ୍ଥିରୀକୃତ ହୋଇଥିଲା । ଆଜି କ୍ୟାମ୍ପସରେ ବୋମା ମାଡ଼ ପରେ ଇଲେକ୍ସନ ବାତିଲ କରାଯାଇଛି ।
ସେପଟେ ବ୍ରହ୍ମଗିରି ଅଲାରନାଥ ଧନ୍ଦାମୂଳକ ମହାବିଦ୍ୟାଳୟରେ ନିର୍ବାଚନ ଚାଲିଥିବା ସମୟରେ ଦୁଇ ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଯୁକ୍ତିତର୍କ ସହ ଠେଲାପେଲା ହୋଇଛନ୍ତି । ପୁଲିସ ଉପସ୍ଥିତିରେ  ପରିସ୍ଥିତି ଅସମ୍ଭାଳ ହୋଇଛି । ଘଟଣାସ୍ଥଳରେ ସଦର SDPO, ଥାନା ଅଧିକାରୀ ପହଞ୍ଚି ଅଣଛାତ୍ରଙ୍କୁ କ୍ୟାମ୍ପସ ବାହାରକୁ କାଢ଼ି ଦେଇଛନ୍ତି ।

ଖୋର୍ଦ୍ଧା ଜିଲ୍ଲା ନିରାକାରପୁର କଲେଜ କ୍ଷେତ୍ରବାସୀ ଡି.ଏ.ଭି. ମହାବିଦ୍ୟାଳୟ (KBDAV College) ରେ  ଛାତ୍ର ନିର୍ବାଚନ ବାତିଲ ହୋଇଛି । କଲେଜ ଇଲେକ୍ସନ ବେଳେ ଗଣ୍ଡଗୋଳ ସାଙ୍ଗକୁ ପରିସ୍ଥିତି ଅଣାୟତ ଥିବା କାରଣରୁ କଲେଜ ଅଧ୍ୟକ୍ଷଙ୍କ ସୁପାରିଶ କ୍ରମେ ଖୋର୍ଧା ଉପ-ଜିଲ୍ଲାପାଳ ନିର୍ବାଚନ ବାତିଲ କରିଛନ୍ତି ।  କଲେଜ ପରିସର ଠାରୁ ଆରମ୍ଭ କରି ଆଖପାଖ ଅଞ୍ଚଳରେ ୭ ଦିନ ପାଇଁ ୧୬୩ ଧାରା ଲାଗୁ କରାଯାଇଛି । ପ୍ରତ୍ୟେକ ସ୍ଥାନରେ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ବାଲେଶ୍ୱର ଫକୀରମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ମଧ୍ୟ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ଗେଟ ସମ୍ମୁଖରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । କଲେଜ ନିର୍ବାଚନ ନେଇ ପରିବେଶ ବେଶ୍ ସରଗରମ ରହିଛି । କଲେଜ କ୍ୟାମ୍ପସ ମଧ୍ୟରେ ଛାତ୍ର ନିର୍ବାଚନ ପ୍ରକ୍ରିୟା ଶାନ୍ତି ଶୃଙ୍ଖଳାର ସହ ଚାଲିଥିବା ବେଳେ ମୁଖ୍ୟ ଫାଟକ ସମ୍ମୁଖରେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଛି।

  • Related Posts

    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading
    ଭୋଟ ପାଇଁ ମହାପ୍ରସାଦ ଛୁଆଁଇ ଶପଥ

    ଛାତ୍ର ସଂସଦ ନିର୍ବାଚନ। ଆରମ୍ଭ ହୋଇଛି ଭୋଟିଂ। ଭୋଟିଂ ପୂର୍ବରୁ ରମାଦେବୀ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ଟଙ୍କା ବଣ୍ଟା ଯାଉଥିବା ଅଭିଯୋଗ ହୋଇଛି। ଏବିଭିପି ପ୍ରାର୍ଥୀ ନିଜେ ହଷ୍ଟେଲ ଭିତରେ ପଶି ଟଙ୍କା ବାଣ୍ଟୁଥିବାର ଅଭିଯୋଗ କରିଛି ବିସିଜେଡି। ସେପଟେ ଏବିଭିପିର ପ୍ରାର୍ଥୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି