ସାପ କାମୁଡ଼ାରେ ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ; ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ବୈଶିଙ୍ଗା: ଗତ ମଙ୍ଗଳବାର ବେତନଟୀ ବ୍ଲକ ଅଧୀନ ଗଡ଼ଦେଉଳିଆ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଖେଳୁଥିବା ସମୟରେ ୫ମ ଶ୍ରେଣୀରେ ପଢ଼ୁଥିବା ହଷ୍ଟେଲ ଛାତ୍ର ବିଷାକ୍ତ ସର୍ପ ଦଂଶନରେ ଗୁରୁତର ହୋଇ କଟକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି l ତେବେ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦାୟିତ୍ୱହୀନତା କାର୍ଯ୍ୟକଳାପକୁ ବିରୋଧ କରି ଆଜି ଶତାଧିକ ଅଭିଭାବକ ଆସି ବିଦ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଗୋଟିଏ ଶ୍ରେଣୀ ଗୃହରେ ପୁରେଇ ଦୁଆର ଜଗି ବସିଛନ୍ତି l
ଅନ୍ୟପଟେ ଘଟଣା ସ୍ଥଳରେ ପ୍ରବଳ ଉତ୍ତେଜନାକୁ ଲକ୍ଷ କରି ବେତନଟୀ ଏସଡିପିଓ ଓ ବୈଶିଙ୍ଗା ଥାନା ଅଧିକାରୀଙ୍କ ସହିତ ପୁଲିସ ଫୋର୍ସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛନ୍ତି l ତେବେ ମୃତକ ପରିବାରକୁ ୨୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସହିତ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବହିଷ୍କାର ଓ ଗିରଫ ଦାବିରେ ଅଡି ବସିଛନ୍ତି ଅଭିଭାବକ ଓ ଗ୍ରାମବାସୀ l ଅନ୍ୟପଟେ ପ୍ରାଥମିକ ତଦନ୍ତରୁ ଦାୟୀତ୍ୱରେ ଅବହେଳା ପାଇଁ ପ୍ରଧାନଶିକ୍ଷୟିତ୍ରୀ ସୁବର୍ଣ୍ଣମଞ୍ଜରୀ ଭୂୟାଁକୁ ନୀଳମ୍ବନ କଲା ଶିକ୍ଷାବିଭାଗ lପ୍ରକାଶ ଯୋଗ୍ୟ, ବାରିପଦା ଉପକଣ୍ଠ ବାଇଗଣ ବାଡିଆ ଅଞ୍ଚଳର ରବୀନ୍ଦ୍ର ସୋରେନଙ୍କ ପୁଅ ୫ମ ଶ୍ରେଣୀ ଛାତ୍ର ସପନ ସୋରେନ ଗତକାଲି ମଙ୍ଗଳବାର ଅପରାହ୍ନରେ ସ୍କୁଲ ପରିସରରେ ଖେଳୁଥିବା ସମୟରେ, ଏକ ବିଷାକ୍ତ ସାପ ଦଂଶନ କରିବା ଯୋଗୁଁ ତାଙ୍କ ଅବସ୍ଥା ଗୁରୁତର ହୋଇଥିଲା l ତାଙ୍କୁ ପ୍ରଥମେ ବୈଶିଙ୍ଗା,ପରେ ବାରିପଦା ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ପରେ ଆଜି ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଥିଲା l

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ