ସାମିଲ ହେବେ ଯୁବ ଓ କଟିଥିବା ଭୋଟର;୨୬ରୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର : ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍‌) ପ୍ରକ୍ରିୟାରେ ବାଦ୍ ପଡ଼ିଥିବା ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ବୁଧବାର ଠାରୁ ୯ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ରାଜ୍ୟବ୍ୟାପୀ ସ୍ବତନ୍ତ୍ର ଅଭିଯାନ ଅନୁ‌ଷ୍ଠିତ ହେବ। ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଏହି ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ, ୨୦୨୬ ଅକ୍ଟୋବର ୧ ସୁଦ୍ଧା ୧୮ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀ ଭୋଟର୍‌ ତାଲିକାରେ ନିଜ ନାମ ସାମିଲ କରିବା ପାଇଁ ଆବେଦନ କରିପାରିବେ। ଯୋଗ୍ୟ ଯୁବ ଭୋଟର୍‌ମାନେ ଫର୍ମ-୬ ମାଧ୍ୟମରେ ନାମ ପଞ୍ଜୀକରଣ ପାଇଁ ନିଜ ବୁଥସ୍ତରୀୟ ଅଧିକାରୀଙ୍କ ନିକଟରେ ଆବେଦନ କରିପାରିବେ। ଯେଉଁ ଭୋଟର୍‌ଙ୍କ ନାମ କୌଣସି କାରଣରୁ ଚୂଡ଼ାନ୍ତ ଭୋଟର୍‌ ତାଲିକାରେ ସାମିଲ ହୋଇପାରିନାହିଁ, ସେମାନେ ମଧ୍ୟ ଏହି ସ୍ୱତନ୍ତ୍ର ଅଭିଯାନ ସମୟରେ ନିଜ ନାମ ଯୋଡ଼ିବା ପାଇଁ ଆବେଦନ କରିପାରିବେ। ଏହାସହ ଏସଆଇଆର୍‌ ପ୍ରକ୍ରିୟାରେ ଚିହ୍ନଟ ହୋଇଥିବା ମୃତ, ସ୍ଥାନାନ୍ତରିତ, ଅନୁପସ୍ଥିତ ଓ ଦୋହରା ଭୋଟରମାନଙ୍କ ତାଲିକା ସମ୍ପୃକ୍ତ ଜିଲା ଏବଂ ସିଇଓଙ୍କ ୱେବସାଇଟ୍‌ରେ ଉପଲବ୍ଧ କରାଯିବ। ଏହି ତାଲିକା ସମ୍ପର୍କରେ ଆବଶ୍ୟକ ଯାଞ୍ଚ ଓ ଯଦି କୌଣସି ଯୋଗ୍ୟ ଭୋଟରଙ୍କ ନାମ ଭୁଲବଶତଃ ଏଥିରେ ବାଦ୍ ପଡ଼ିଥାଏ, ତାହା ସମ୍ପର୍କରେ ଦାବି ଓ ଆପତ୍ତି ଦାଖଲ କରିବା ପାଇଁ ସୁଯୋଗ ରହିବ। ଏହି ତାଲିକା ସମସ୍ତ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ମଧ୍ୟ ଦିଆଯିବ। ରାଜନୈତିକ ଦଳର ପ୍ରତିନିଧିମାନେ ତାଲିକାକୁ ଯାଞ୍ଚ କରି ଆବଶ୍ୟକ ଦାବି ଓ ଆପତ୍ତି ଦାଖଲ କରିପାରିବେ।
ସିଇଓଙ୍କ କାର୍ଯ୍ୟାଳୟର ନିର୍ଦେଶାନୁଯାୟୀ, ଜିଲାସ୍ତରରେ ସମସ୍ତ ବୁଥ୍‌ସ୍ତରୀୟ ଅଧିକାରୀଙ୍କୁ ବାଦ୍ ପଡ଼ିଥିବା ଭୋଟର୍‌ ଓ ଯୁବ ଭୋଟର୍‌ଙ୍କୁ ଭୋଟର୍‌ ତାଲିକାରେ ସାମିଲ କରିବା ସମ୍ପର୍କରେ ଆବଶ୍ୟକ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ବିଏଲଓ ନିଜ ଅଧୀନସ୍ଥ ଅଞ୍ଚଳରେ ଭୋଟର ତାଲିକାରେ ବାଦ୍ ପଡିଥିବା ଯୋଗ୍ୟ ଭୋଟର ନାମ ଓ ନୂତନ ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପ୍ରକ୍ରିୟାକୁ ସୁଗମ କରିବା ନିମନ୍ତେ ଆବଶ୍ୟକ ସହଯୋଗ ଓ ମାର୍ଗଦର୍ଶନ ପ୍ରଦାନ କରିବାକୁ ନିର୍ଦେଶ ଦିଆଯାଇଛି। ନାମ ଯୋଡ଼ିବାକୁ ଇଚ୍ଛୁକ ଯୋଗ୍ୟ ଭୋଟର ନିଜ ନିଜ ବିଏଲଓଙ୍କ ସହ ଯୋଗାଯୋଗ କରି ଆବେଦନ ପ୍ରକ୍ରିୟା ସମ୍ପର୍କରେ ସହାୟତା ନେଇପାରିବେ। ବିଏଲଓମାନେ ଯୋଗ୍ୟ ଭୋଟରଙ୍କୁ ଆବେଦନ ଦାଖଲ ପ୍ରକ୍ରିୟା ସମ୍ପର୍କରେ ଆବଶ୍ୟକ ସହଯୋଗ ପ୍ରଦାନ କରିବେ।

ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ୱଚ୍ଛ, ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର୍‌ ତାଲିକା ପ୍ରସ୍ତୁତି ଉପରେ ରାଜ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ ଗୁରୁତ୍ବ ଦେଇଛନ୍ତି। ଏନେଇ ବୁଥ୍‌ସ୍ତରୀୟ ଏଜେଣ୍ଟ ନିୟୋଜନ ପାଇଁ ରାଜନୈତିକ ଦଳଗୁଡ଼ିକୁ ନିର୍ବାଚନ କମିସନଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମଙ୍ଗଳବାର ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ, ଆସନ୍ତା ୨୬ତାରିଖରୁ ଆରମ୍ଭ ହେବାକୁ ଥିବା ଘରକୁ ଘର ସର୍ଭେ ସମ୍ପର୍କରେ ରାଜନୈତିକ ଦଳର ପ୍ରତିନିଧିଙ୍କୁ ଅବଗତ କରାଯାଇଛି। ଏହି ସର୍ଭେ ମାଧ୍ୟମରେ ଭୋଟର୍‌ ତାଲିକାକୁ ଅଧିକ ସ୍ବଚ୍ଛ ଓ ତ୍ରୁଟିଶୂନ୍ୟ କରାଯିବ। ତାଲିକାରେ ଯୋଗ୍ୟ ଭୋଟରଙ୍କ ନାମ ସ୍ଥାନ ପାଇବା ସହ ଅଯୋଗ୍ୟ, ସ୍ଥାନାନ୍ତରିତ କିମ୍ବା ମୃତ ଭୋଟରଙ୍କ ସମ୍ପର୍କିତ ତଥ୍ୟ ଯାଞ୍ଚ କରାଯିବ। ଘରକୁ ଘର ବୁଲି ସର୍ଭେ ପ୍ରକ୍ରିୟାରେ ସମସ୍ତ ରାଜନୈତିକ ଦଳକୁ ସକ୍ରିୟ ସହଯୋଗ କରିବାକୁ ଅନୁରୋଧ କରାଯାଇଛି। ବିଶେଷକରି ପ୍ରତ୍ୟେକ ରାଜନୈତିକ ଦଳ ନିଜର ବୁଥ୍‌ସ୍ତରୀୟ ଏଜେଣ୍ଟ(ବିଏଲଓ)ଙ୍କୁ ରାଜ୍ୟର ସମସ୍ତ ମତଦାନ କେନ୍ଦ୍ରଗୁଡ଼ିକରେ ନିୟୋଜିତ କରିବା ସହ ସର୍ଭେ ସମୟରେ ସେମାନଙ୍କର ସକ୍ରିୟ ଅଂଶଗ୍ରହଣ ସୁନିଶ୍ଚିତ କରିବାକୁ ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ଅନୁରୋଧ କରାଯାଇଛି। ଆସନ୍ତା ୧୫ ସୁଦ୍ଧା ସମସ୍ତ ରାଜନୈତିକ ଦଳମାନଙ୍କୁ ବିଏଲଏଙ୍କ ତଥ୍ୟ ସହାୟକ ନିର୍ବାଚକ ପଞ୍ଜୀକରଣ ଅଧିକାରୀ (ଏଇଆରଓ) ତଥା ଗ୍ରାମାଞ୍ଚଳ ପାଇଁ ବିଡିଓଙ୍କ ପାଖରେ, ସହରାଞ୍ଚଳ (ଏନଏସି ଓ ପୌର ପରିଷଦ) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ମହାନଗର ନିଗମ ପାଇଁ ଉପାୟୁକ୍ତ ଏବଂ ସହକାରୀ ଆୟୁକ୍ତଙ୍କ ପାଖରେ ଦାଖଲ କରିବାକୁ ଅନୁରୋଧ କରାଯାଇଛି। ବୈଠକରେ ରାଜ୍ୟ ନିର୍ବାଚନ ଆୟୋଗ ସଚିବ ସନ୍ତୋଷ ଦାଶ, ଉପ-ସଚିବ ଦୁର୍ଗାଚରଣ ମୁର୍ମୁ ଓ ରାଜନୈତିକ ଦଳର ପ୍ରତିନିଧିବୃନ୍ଦ ଉପସ୍ଥିତ ଥିଲେ।

  • Related Posts

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ

    ଆଜିଠୁ ପାଳନ ହେବ ସେବା ସଂକଳ୍ପ ସପ୍ତାହ। ସରକାର ମୁଖ୍ୟ ଭାବେ ନିରବଚ୍ଛିନ୍ନ ୨୫ ବର୍ଷର ନେତୃତ୍ବ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇ ଏକ ସଂକଳ୍ପ ପାରିତ ହୋଇଛି। ଆଜିଠୁ ସାରା ଦେଶରେ ସେବା…

    Continue reading
    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ