ସାମ୍ବାଦିକ ନବୀନ ଦାସଙ୍କୁ ‘ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ-୨୦୨୪’

ଭୁବନେଶ୍ୱର: ‘ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ’ ପକ୍ଷରୁ ପାଳିତ ହୋଇଛି ଜାତୀୟ ପ୍ରେସ୍‌ ଦିବସ-୨୦୨୪ । ଜୟଦେବ ଭବନରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଚଳିତବର୍ଷ ରାଜ୍ୟର ୩୩ ଜଣ ବରିଷ୍ଠ ସାମ୍ବାଦିକଙ୍କୁ ରାଜ୍ୟ ସରକାର ପେନ୍‌ସନ୍ ପ୍ରଦାନ କରିଛନ୍ତି । ସେହିପରି ୭ ଜଣ ବରିଷ୍ଠ ସାମ୍ବାଦିକଙ୍କ ସ୍ମୃତିରେ ବିଭିନ୍ନ ବିଶ୍ଵବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାୟରେ ସାମ୍ବାଦିକତା ଶିକ୍ଷା କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଛି । ଏହି ଉତ୍ସବରେ ଦୈନିକ ସମ୍ବାଦପତ୍ର ‘ସତ୍ୟର ସ୍ୱର ନିର୍ଭୟ’ର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କୁ ‘ଉତ୍କଳ ସାମ୍ବାଦିକ ରତ୍ନ ସମ୍ମାନ-୨୦୨୪’ ପ୍ରଦାନ କରାଯାଇଛି । ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୭ ଜଣ ବରିଷ୍ଠ ସାମ୍ବାଦିକଙ୍କୁ ‘ରାଷ୍ଟ୍ରୀୟ ସାମ୍ବାଦିକ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି ।କାର୍ୟ୍ୟକ୍ରମର ପ୍ରଥମ ଅଧିବେଶନରେ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନଗର ଉନ୍ନୟନ ମନ୍ତ୍ରୀ ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର, ସମ୍ବାଦ ଗ୍ରୁପ ଅଧ୍ୟକ୍ଷ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଅଂଶଗ୍ରହଣ କରିଥିଲେ । ଅତିଥିମାନେ ପରିବର୍ତ୍ତନଶୀଳ ଗଣମାଧ୍ୟମରେ ସାମ୍ବାଦିକଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ସେହିଭଳି ଦ୍ଵିତୀୟ ଅଧିବେଶନରେ ରାଜ୍ୟପାଳ ରଘୁବର ଦାସ ଓ ବାଚସ୍ପତି ସୁରମା ପାଢ଼ୀ ଅତିଥି ଭାବେ ଯୋଗ ଦେଇଥିଲେ ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ